Nirmala Sitaraman
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁରସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
ସୂଚନା ଅନୁସାରେ, ବରିଷ୍ଠ ବିଜେପି ନେତ୍ରୀ ତଥା କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ସେଠାରୁ ସେ ପୁରୀ ଅଭିମୁଖେ ଗସ୍ତ କରିବେ । ପୁରୀରେ ରାତି ରହଣୀ କରିବା ପରେ ଗୁରୁବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରକୁ ଯାଇ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ଏହାପରେ ପୁରୀର ପେଣ୍ଠକଟାସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପରଣ କରିବେ ।
ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ବୀରହରେକୃଷ୍ଣପୁରସ୍ଥିତ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରି ଭୁବନେଶ୍ୱର ଫେରି ଆସିବେ । ଗୁରୁବାର ଅପରାହ୍ନରେ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱରଠାରେ କୁଇ ଓ ଦେଶୀୟ ଭାଷା ଉପରେ ଆଧାରିତ ଏକ ପୁସ୍ତକ ଉନ୍ମୋଚନ କରିବେ ଓ ପ୍ରାୟ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହଠାରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ଗୁରୁବାର ରାତିରେ ଶ୍ରୀମତୀ ସୀତାରମଣ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1692112549.jpg)