Advertisment

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ସେପ୍ଟେମ୍ବର ୩ରେ ଭୋଟ

ଗତ ଜୁଲାଇ ୩୧ ତାରିଖରେରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ।

ଅଦ୍ୟତନ ହୋଇଛି
Rajya sabha

Rajya sabha

Advertisment

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ।

Advertisment

ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା
କରାଯିବ। ୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ, ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଓଡ଼ିଶାର ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। 

Advertisment

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏଥିସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁକୁ ନେଇ ବି ମଧ୍ୟ କଳ୍ପନାଜଳ୍ପନା ଜାରି ରହିଛି।   

Bhubaneswar Rajya Sabha Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe