Advertisment

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ୨୦ରେ ଭୋଟ୍‌

ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

Rajya Sabha

Rajya Sabha

Advertisment

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ  ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।

Advertisment

ସୂଚନାଯୋଗ୍ୟ, ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ସେ ବିଜେପିରେ ଯୋଗ ଦେଇଥିଲେ।

Bhubaneswar Rajya Sabha Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe