Sushree Devi
ଆଳିର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ସୁଶ୍ରୀ ଦେବୀଙ୍କର ଆଜି ପରଲୋକ ହୋଇଛି। କଟକ ସ୍ଥିତ ବାସ ଭବନରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
Advertisment
୧୯୫୦ ମସିହାରେ ଅକ୍ଟୋବର ୧୦ ତାରିଖରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ ଦେବୀ। ୧୯୭୧ରେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ୧୯୯୦ ମସିହାରେ ଜନତା ଦଳରୁ ଆଳି ନିର୍ବାଚନ ମଣ୍ଡଳୀରୁ ଲଢ଼ିଥିଲେ। ସେ କଂଗ୍ରେସର ଦୋଳଗୋବିନ୍ଦ ନାୟକଙ୍କୁ ପରାସ୍ତ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରୁ ୧୯୯୫ ମସିହା ପର୍ଯ୍ୟନ୍ତ ବିଧାୟକ ଭାବେ ରହିଥିଲେ। ପରବର୍ତ୍ତୀ ଅବସ୍ଥାରେ ସେ ରାଜ୍ୟସଭାର ସାଂସଦ ହୋଇଥିଲେ। ୨୦୦୨ରୁ ୨୦୦୮ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟା ରହିଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
