ବିଜେଡି ଛାଡ଼ି ଆଜି ବିଜେପିରେ ସାମିଲ ହୋଇଛନ୍ତି କଳାହାଣ୍ଡି ଜିଲ୍ଲାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ। ନର୍ଲା ବିଧାନସଭାରୁ ୫ଥର ନିର୍ବାଚିତ ଶ୍ରୀ ମାଝୀ ଆଜି ନିଜର ବହୁ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀ ମାଝୀ ରାଜ୍ୟସଭାର ପୂର୍ବତନ ସାଂସଦ ମଧ୍ୟ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଶ୍ରୀ ମାଝୀଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ସ୍ୱାଗତ କରିଥିଲେ।
Also Read
ଶ୍ରୀ ମାଝୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି। ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇ ଚାଲିଛି। ରାଜ୍ୟର ବିକାଶରେ ବଡ ବାଧକ ସାଜିଛି ବିଜେଡି। ବିଜେଡିରେ ଗଣତନ୍ତ୍ର ସଂପୂର୍ଣ୍ଣ ଧ୍ୱଂସ ପାଇଛି ବୋଲି ଶ୍ରୀ ମାଝୀ କହିଛନ୍ତି।
ଏହି ମିଶ୍ରଣ ପର୍ବରେ ବିଜେପି ନେତ୍ରୀ ସୁରମା ପାଢ଼ୀ, ବିରଂଚି ନାରାୟଣ ତ୍ରିପାଠୀ, ସରୋଜ କର, ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’