Advertisment

ଆଉ ନାହାଁନ୍ତି ଦାମୋଦର ରାଉତ

୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

author-image
Manoj Swain

ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ୭ ଥରର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଦାମ ରାଉତ ୧୯୭୭ ମସିହାରେ ପ୍ରଥମ ଥର ପାଇଁ ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Damodara Rout