କାହିଁକି ବିଜେଡି ଛାଡ଼ିଲେ ବଳଭଦ୍ର ?

ବଳଭଦ୍ର ମାଝୀ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ। ଏବଂ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ।

Manoj Swain
  • Published: Tuesday, 09 January 2024
  • Updated: 09 January 2024, 11:24 AM IST

Sports

Latest News

ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ସୋମବାର ଦିନ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ଇସ୍ତଫା ଦେବା ପରେ ଶ୍ରୀ ମାଝୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି। କିନ୍ତୁ ଭେଟିବାକୁ ଦିଆଗଲାନି। ଜଣେ କର୍ମଚାରୀଙ୍କ ମାଧ୍ୟମରେ ଭେଟିବାକୁ କୁହାଗଲା। ଉଦ୍ୟମ କରି ବି ଭେଟିପାରିଲି ନାହିଁ। ତେଣୁ ଇସ୍ତଫା ଦେଲି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos