ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ସୋମବାର ଦିନ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ଇସ୍ତଫା ଦେବା ପରେ ଶ୍ରୀ ମାଝୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି। କିନ୍ତୁ ଭେଟିବାକୁ ଦିଆଗଲାନି। ଜଣେ କର୍ମଚାରୀଙ୍କ ମାଧ୍ୟମରେ ଭେଟିବାକୁ କୁହାଗଲା। ଉଦ୍ୟମ କରି ବି ଭେଟିପାରିଲି ନାହିଁ। ତେଣୁ ଇସ୍ତଫା ଦେଲି। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।