ଶଙ୍ଖ ଭବନରେ ଚାଲିଛି ଶେଷ ଦର୍ଶନ | Odisha Reporter
Advertisment
ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ମହେଶ୍ୱର ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ । ୧୯୭୮ରୁ ୨୦୧୯ ମସିହା ପର୍ଯ୍ୟନ୍ତ ମହେଶ୍ୱର ନିର୍ବାଚିତ ଜନପ୍ରତିନିଧି ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ। । ମହେଶ୍ୱର ମହାନ୍ତିଙ୍କୁ ଶେଷ ଦର୍ଶନ କରିବାକୁ ଶଙ୍ଖ ଭବନରେ ଲାଗିଛି ନେତାଙ୍କ ଭିଡ଼।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us