Advertisment

କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

୨୦୧୫ ମସିହାରେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ। ୨୦୨୩ ମସିହାରେ ବାପ-ପୁଅ ବିଜେପି ଛାଡ଼ି ଭାରତ ରାଷ୍ଟ୍ର ସମିତି(ବିଆରଏସ)ରେ ସାମିଲ ହୋଇଥିଲେ।

Congress

Congress

Advertisment

କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର। ଦିଲ୍ଲୀରେ ପୂରା ପରିବାର କଂଗ୍ରେସରେ ମିଶିଲେ। ପିସିସି ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଗିରିଧର ଗମାଙ୍ଗ, ତାଙ୍କ ପତ୍ନୀ ହେମା ଓ ପୁଅ ଶିଶିର ଗମାଙ୍ଗ କଂଗ୍ରେସରେ ସାମିଲ ହୋଇଛନ୍ତି। ସେହିପରି ପୂର୍ବତନ ସାଂସଦ ସଂଜୟ ଭୋଇ ମଧ୍ୟ କଂଗ୍ରେସକୁ ଫେରିଛନ୍ତି। କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି।

Advertisment

୨୦୧୫ ମସିହାରେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ। ୨୦୨୩ ମସିହାରେ ବାପ-ପୁଅ ବିଜେପି ଛାଡ଼ି ଭାରତ ରାଷ୍ଟ୍ର ସମିତି(ବିଆରଏସ)ରେ ସାମିଲ ହୋଇଥିଲେ। ଆଗାମୀ ନିର୍ବାଚନରେ ଓଡ଼ିଶାରୁ ବିଆର୍‌ଏସ୍‌ରୁ ଲଢ଼ିବେ ବୋଲି ସପନ ଦେଇଥିଲେ। ହେଲେ ସେମିତି କିଛି ଦେଖିବାକୁ ମିଳିଲା ନାହିଁ। ଏବେ ଗମାଙ୍ଗ ପରିବାର ପୁଣି ଥିରେ କଂଗ୍ରେସକୁ ଫେରିଛନ୍ତି।

ସେହିପରି ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ କଂଗ୍ରେସ ଟିକେଟରେ ୨୦୦୯ରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୧୯ ମସିହାରେ କଂଗ୍ରେସ ତାଙ୍କୁ ଟିକେଟ୍ ଦେଇନଥିଲା। ଯେଉଁଥିପାଇଁ ସେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ।

Advertisment
Giridhar Gamang Shishir Gamang Congress
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe