ରାଜ୍ୟରେ ଭୂତ ରାସନକାର୍ଡଧାରୀଙ୍କ ରାସନ୍ ଲୁଟ୍ କରୁଛି କିଏ: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାତୀୟ ଖାଦ୍ୟ ସୁରକ୍ଷାର ହିତାଧିକାରୀଙ୍କ ଗୋଟିଏ ମିଛ ତାଲିକା କେନ୍ଦ୍ର ସରକାରଙ୍କୁ ଦେଇ ରାଜ୍ୟ ସରକାର ଭୂତ ରାସନକାର୍ଡ ଧାରୀଙ୍କ ନାଁରେ ରାସନ୍ ଲୁଟ୍ କରୁଛନ୍ତି ବୋଲି ବିଜେପି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଅଭିଯୋଗ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ମହାମାରୀ ସମୟରେ ୮୦ କୋଟି ଲୋକଙ୍କୁ ମାଗଣାରେ ରାସନ ଦେବା ପାଇଁ ବ୍ୟବସ୍ଥା କରିଥିଲେ। […]

BJP

BJP

Ordigital Desk
  • Published: Wednesday, 21 July 2021
  • Updated: 21 July 2021, 10:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାତୀୟ ଖାଦ୍ୟ ସୁରକ୍ଷାର ହିତାଧିକାରୀଙ୍କ ଗୋଟିଏ ମିଛ ତାଲିକା କେନ୍ଦ୍ର ସରକାରଙ୍କୁ ଦେଇ ରାଜ୍ୟ ସରକାର ଭୂତ ରାସନକାର୍ଡ ଧାରୀଙ୍କ ନାଁରେ ରାସନ୍ ଲୁଟ୍ କରୁଛନ୍ତି ବୋଲି ବିଜେପି ସଙ୍ଗୀନ ଅଭିଯୋଗ ଆଣିଛି।

ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଅଭିଯୋଗ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ମହାମାରୀ ସମୟରେ ୮୦ କୋଟି ଲୋକଙ୍କୁ ମାଗଣାରେ ରାସନ ଦେବା ପାଇଁ ବ୍ୟବସ୍ଥା କରିଥିଲେ। କିନ୍ତୁ ରାଜ୍ୟରେ ବିଜେଡି ସରକାର ଏହି ଯୋଜନାରେ ବ୍ୟାପକ ହେରଫେର କରିବା ସହ ଖୋଦ୍ ମୁଖ୍ୟମନ୍ତ୍ରୀ ନିଜର ଆତ୍ମପ୍ରଚାର କରି ଓଡ଼ିଶାବାସୀଙ୍କୁ ଭ୍ରମିତ କରୁଛନ୍ତି। ରାଜ୍ୟ ସରକାର ରାଜ୍ୟରେ ଭୂତ ରାସନକାର୍ଡଧାରୀଙ୍କ ସଂଖ୍ୟା ବୃଦ୍ଧି କରି କେନ୍ଦ୍ରୀୟ ଅନୁଦାନକୁ ଲୁଟ୍ କରିଛି। ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ୯୨ ଲକ୍ଷ ୭୬ ହଜାର ୯୩୪ ହିତାଧିକାରୀ ଥିବାବେଳେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଚଳିତ ବର୍ଷ ମେ’ ମାସରେ ମାତ୍ର ୮୭ ଲକ୍ଷ ୩୯ ହଜାର ୪୯୪ ଜଣ ରାସନ୍ ନେଇଛନ୍ତି ।

ରାଜ୍ୟ ସରକାରଙ୍କ ତାଲିକା ଅନୁସାରେ ୫ ଲକ୍ଷ ୪୩ ହଜାର ୬୯୯ ଜଣ ମାଗଣାରେ ରାସନ ନେଇ ନାହାଁନ୍ତି । କିନ୍ତୁ ଆଶ୍ଚର୍ଯ୍ୟର କଥା, ସେହି ମେ’ ମାସରେ ଜାତୀୟ ଖାଦ୍ୟ ସୁରକ୍ଷାରେ ୧ଟଙ୍କା ଦେଇ ୮୮ଲକ୍ଷ ୭୬ ହଜାର ୧୬୨ ରାସନ୍ ନେଇଛନ୍ତିା ଏହି ଯୋଜନାରେ ମଧ୍ୟ ୪ ଲକ୍ଷ ୦୭ ହଜାର ୦୩୧ଜଣ ରାସନ ନେଇନାହାନ୍ତି। ସେହିପରି ଜୁନ୍ ୨୦୨୧ରେ ୯୨. ୭୭ଲକ୍ଷ ଜଣ ହିତାଧିକାରୀଙ୍କ ମଧ୍ୟରୁ ୮୮.୨୩ ଲକ୍ଷ ହିତାଧିକାରୀ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାସନ ଉଠାଇଛନ୍ତି। ଜୁନ୍ ମାସରେ ୪ଲକ୍ଷ ୫୪ହଜାର ୪୫୧ଜଣ ରାସନ ନେଇନାହାନ୍ତିା ସେହିପରି ଅନୁରୂପ ଅବସ୍ଥା ମଧ୍ୟ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ । ୪ ଲକ୍ଷ ୦୪ ହଜାର ୬୫୮ଜଣ ରାସନ ସଂଗ୍ରହ କରିନାହାନ୍ତି। ଏଥିରୁ ସ୍ପଷ୍ଟ ହୋଇଛି ଯେ, ରାଜ୍ୟ ସରକାର ପାଖପାଖି ୫ ଲକ୍ଷ କାର୍ଡଧାରୀଙ୍କୁ ଗରିବ କଲ୍ୟାଣ ଯୋଜନାରେ ରାସନ ବାଂଟି ପାରିନାହାନ୍ତି। ତେବେ ଏହି ବଳକା ଭୂତ ରାସନକାର୍ଡଧାରୀ କେଉଁମାନେ ଏବଂ କେନ୍ଦ୍ର ଦେଉଥିବା ବଳକା ରାସନ ଯାଉଛି କୁଆଡ଼େ ଏବଂ ଭୂତ କାର୍ଡଧାରୀଙ୍କ ରାସନ କିଏ ଖାଉଛି ବୋଲି ଶ୍ରୀ ତ୍ରିପାଠୀ ପ୍ରଶ୍ନ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଓଡ଼ିଶାରେ ଓ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା କାର୍ଡଧାରୀଙ୍କ ମଧ୍ୟରେ ପାର୍ଥକ୍ୟ କାହିଁକି ଦେଖାଦେଉଛି ? ରାଜ୍ୟରେ ଭୂତ ହିତାଧିକାରୀଙ୍କ ତାଲିକା ଓଡ଼ିଶା ସରକାର କେନ୍ଦ୍ରକୁ ଦେଇଛନ୍ତି ଏବଂ ଏଠି ରାଜ୍ୟରେ ରାଜ୍ୟ ସରକାର ଭୂତ ରାସନକାର୍ଡଧାରୀଙ୍କ ତାଲିକା ବଢାଇ ଚାଲିଛନ୍ତି ବୋଲି ସ୍ପଷ୍ଟ ଜଣାପଡ଼ୁଛି। କରୋନାର ପ୍ରଥମ ଲହରରେ ଉଭୟ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ପ୍ରାୟ ୯୫ ଲକ୍ଷ ୫୧ ହଜାର କାର୍ଡଧାରୀଙ୍କୁ ରାଜ୍ୟ ସରକାର ୧ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦେବା ପାଇଁ ୩୦ଟି ଜିଲ୍ଲାକୁ ୯୫୫ କୋଟି ୧୬ ଲକ୍ଷ ୯୫ ହଜାର ଟଙ୍କା ଆବଂଟନ କରିଥିଲେ। କିନ୍ତୁ ଜିଲ୍ଲା ଯୋଗାଣ ଅଧିକାରୀମାନେ ରାଜ୍ୟ ସରକାରଙ୍କୁ ମାତ୍ର ୯୩୪ କୋଟି ଟଙ୍କାର ବିନିଯୋଗ ପ୍ରମାଣପତ୍ର (ୟୁସି) ପ୍ରଦାନ କରିଛନ୍ତି।

ବଳକା ପ୍ରାୟ ୨ ଲକ୍ଷରୁ ଉର୍ଦ୍ଧ୍ୱ କାର୍ଡଧାରୀଙ୍କୁ ୨୧ କୋଟି ଟଙ୍କା ବର୍ତ୍ତମାନ ସୁଦ୍ଧା ବଂଟନ କରାଯାଇ ପାରିଲା ନାହିଁ। ସରକାର ମାଗିଥିବା ଫର୍ମାଟ ଅନୁଯାୟୀ ଏପର୍ଯ୍ୟନ୍ତ ଆବଂଟନର ବିନିଯୋଗ ପତ୍ର ଦେଇପାରି ନାହାଁନ୍ତି। ରାଜ୍ୟ ସରକାର ୧୪ ଜୁଲାଇ ୨୦୨୧ ଏବଂ ୧୫ ମାର୍ଚ୍ଚ ୨୦୨୧ ରାଜ୍ୟର ବିଭିନ୍ନ ଜିଲ୍ଲାର ଯୋଗାଣ ଅଧିକାରୀମାନଙ୍କୁ ଚିଠି ଲେଖି ସେହି ଫର୍ମାଟରେ ଆବଂଟନ ବିନିଯୋଗ ପତ୍ର(ୟୁସି) ମାଗିଛନ୍ତି। ଏଥିରୁ ସ୍ପଷ୍ଟ ପ୍ରମାଣିତ ୯୩୪ କୋଟି ବିନିଯୋଗ ପ୍ରମାଣ ପତ୍ର ସଂପୂର୍ଣ୍ଣ ଭାବେ ଭୁଲ୍ ଅଛି । ଏହା ସହ ଅନେକ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆସିଥିବା ରାସନକୁ ରାଜ୍ୟ ସରକାର ଗୋଦାମ ଘରୁ ଉଠାଇନାହାନ୍ତି । ଗରିବ ଲୋକଙ୍କୁ ୧ ହଜାର ଟଙ୍କା ଆବଂଟନରେ ହେରଫେର ମାମଲା ବି ଲୋକାୟୁକ୍ତଙ୍କ ପାଖରେ ପଡ଼ିରହିଛି। ଏହାର ଜବାବ ରାଜ୍ୟ ସରକାର ଲୋକାୟୁକ୍ତଙ୍କୁ ଦେଇ ପାରୁନାହାନ୍ତି ବୋଲି ଶ୍ରୀ ତ୍ରିପାଠୀ ଅଭିଯୋଗ କରିଛନ୍ତିା

କେନ୍ଦ୍ର ସରକାର ‘ୱାନ୍ ନେସନ୍ ୱାନ୍ ରାସନ’ ଯୋଜନା ଆରମ୍ଭ କରିଥିବାବେଳେ ରାଜ୍ୟ ସରକାର ଏହାକୁ ଏପର୍ଯ୍ୟନ୍ତ ଲାଗୁ କରିପାରି ନାହାନ୍ତି। ଯାହା ଫଳରେ ରାଜ୍ୟ ବାହାରେ ନିଜର ରୋଜଗାର ପାଇଁ ଯାଇଥିବା ଲକ୍ଷ ଲକ୍ଷ ଓଡ଼ିଆ ରାସନ ପାଇବାରୁ ବଂଚିତ ରହୁଛନ୍ତି। ରାଜ୍ୟ ସରକାର କେବେ ୱାନ ନେସନ ୱାନ ରାସନ ଯୋଜନା ଲାଗୁ କରିବେ ତାହା ସ୍ପଷ୍ଟ କରନ୍ତୁ ବୋଲି ବିଜେପି ଦାବି କରିଛି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ ଏବଂ ଯତୀନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story