Advertisment

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ନୂଆ ରାଜ୍ୟପାଳ

ରାଜ୍ୟପାଳ ଲିଙ୍ଗରାଜଙ୍କ ସମେତ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିର ଓ ନନ୍ଦୀଙ୍କ ଦର୍ଶନ କରିଛନ୍ତି।

Governor Raghubar Das

Governor Raghubar Das

Advertisment

ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଆଜି ସକାଳେ ଲିଙ୍ଗରାଜ ମନ୍ଦିର ଯାଇ ଦର୍ଶନ କରିବା ସହ ପୂଜା କରିଛନ୍ତି। ଏହାସହ ରାଜ୍ୟପାଳ ଲିଙ୍ଗରାଜଙ୍କ ସମେତ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିର ଓ ନନ୍ଦୀଙ୍କ ଦର୍ଶନ କରିଛନ୍ତି।

Advertisment

ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ନୂଆ ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ଲିଙ୍ଗରାଜଙ୍କ ପାଖରେ ଓଡ଼ିଶାବାସୀଙ୍କ ବିକାଶ ଓ ସମୃଦ୍ଧି କାମନା କଲି। ଏହାସହ ଦେଶ ଓ ରାଜ୍ୟର ସୁଖ, ସମୃଦ୍ଧି ନେଇ ପ୍ରାର୍ଥନା କଲି।

ଆଜି ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।

Advertisment

ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ Z+ ସୁରକ୍ଷା ପ୍ରଦାନ କରାଯାଇଛି।

ଜାମସେଦପୁର ଟାଟା କମ୍ପାନିରେ ଚାକିରି କରିଥିବା ରଘୁବର। ୧୯୭୭ରେ ପ୍ରଥେମ ଜନତା ଦଳ ଓ ପରେ ୧୯୮୦ରେ ବିଜେପିରେ ଯୋଗ ଦେଇଥିଲେ। ୫ଥର ବିଧାୟକ ହେବା ସହ ଉପ ମୁଖ୍ୟମନ୍ତ୍ରୀ ପରେ ୨୦୧୪ରୁ ୧୯ ଯାଏ ସେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ।

Bhubaneswar Governor Raghubar Das
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe