Advertisment

ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ୪ କେନ୍ଦ୍ରମନ୍ତ୍ରୀଙ୍କ ସହ ବୈଜୟନ୍ତ ଓ ଗିରିଧର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ନିଜର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ନିର୍ବାଚନ କମିଶନଙ୍କ ପାଖରେ ଦାଖଲ କରିଛି । ଦଳର ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ ୪ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ଡା ଓ ବିଶେଶ୍ୱର ଟୁଡ଼ୁଙ୍କ ସମେତ ଦଳର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଦଳର ପ୍ରଭାରୀ ସୁନୀଲ ବଂଶଲ, ଡି ପୁରନ୍ଦେଶ୍ୱରୀ, ବିଜୟପାଲ ସିଂ ତୋମର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ନେତା ଗିରିଧର […]

author-image
Ordigital Desk
ଅଦ୍ୟତନ ହୋଇଛି
ବିଜେପି ଷ୍ଟାର ପ୍ରଚାରକ ତାଲିକାରେ ୪ କେନ୍ଦ୍ରମନ୍ତ୍ରୀଙ୍କ ସହ ବୈଜୟନ୍ତ ଓ ଗିରିଧର

Pradeep Purohit

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ନିଜର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ନିର୍ବାଚନ କମିଶନଙ୍କ ପାଖରେ ଦାଖଲ କରିଛି । ଦଳର ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ ୪ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ଡା ଓ ବିଶେଶ୍ୱର ଟୁଡ଼ୁଙ୍କ ସମେତ ଦଳର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଦଳର ପ୍ରଭାରୀ ସୁନୀଲ ବଂଶଲ, ଡି ପୁରନ୍ଦେଶ୍ୱରୀ, ବିଜୟପାଲ ସିଂ ତୋମର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ନେତା ଗିରିଧର ଗମାଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବାର ସମ୍ଭାବନା ରହିଛି ।

Advertisment

ଦଳ ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ସାଂସଦ ପ୍ରତାପ ଷଡ଼ଙ୍ଗୀ, ଜୁଏଲ ଓରାମ,ସୁରେଶ ପୂଜାରୀ, ଅପରାଜିତା ଷଡ଼ଙ୍ଗୀ, ବସନ୍ତ ପଣ୍ଡା, ନୀତିଶ ଗଙ୍ଗଦେବ, ସଙ୍ଗୀତା ସିଂହଦେଓଙ୍କ ସମେତ ବିଧାୟକ ନାଉରୀ ନାଏକ,ମୋହନ ଚରଣ ମାଝୀ, ଶଙ୍କର ଓରାମ, ନିତ୍ୟାନନ୍ଦ ଗଣ୍ଡ, ଭବାନୀଶଙ୍କର ଭୋଇ, ମୁକେଶ ମହାଲିଙ୍ଗ, କୁସୁମ ଟେଟେ, ନବନିର୍ବାଚିତ ଯୁବ ବିଧାୟକ ସୁରଜ ସୂର୍ଯ୍ୟବଂଶୀ ସ୍ଥିତପ୍ରଜ୍ଞ, ବରିଷ୍ଠ ନେତା ମନମୋହନ ସାମଲ, କେଭି ସିେଂଦେଓ, ସମ୍ବିତ ପାତ୍ର, ଚୁନ୍ନିଲାଲ ସାହୁ, ସୁରମା ପାଢ଼ୀ, ରବିନାରାୟଣ ନାଏକ, ମାନସ କୁମାର ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଲେଖାଶ୍ରୀ ସାମନ୍ତସିଂହାର, ଗୋଲକ ପ୍ରସାଦ ମହାପାତ୍ର, ରଞ୍ଜନ କୁମାର ପଟେଲ, ବିଭୂପ୍ରସାଦ ତରାଇ ଓ ଅଶ୍ୱିନୀ କୁମାର ଷଡ଼ଙ୍ଗୀଙ୍କୁ ଦଳର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଆସନ୍ତା ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟଗ୍ରହଣ ହେବ ।

Advertisment
Bjp PadampurBypoll