ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ ତାରିଖରୁ ବିଧାନସଭାର ୬ଦିନିଆ ଅଧିବେଶନ ଆରମ୍ଭ ହେଉଥିବାବେଳେ ଶାସକ ବିଜେଡି ଉକ୍ତ ଦିନ ବିଧାୟକ ଦଳ ବୈଠକ ଡାକିଛି। ସ୍ୱଳ୍ପକାଳୀନ ବିଧାନସଭା ଅଧିବେଶନରେ ଶାସକ ଦଳର ରଣନୀତି ପ୍ରସଙ୍ଗରେ ବୈଠକରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ମାର୍ଚ୍ଚ ୨୫ ତାରିଖ ସକାଳ ସାଢ଼େ ୧୦ଟାରେ ବିଜେଡି ବିଧାୟକ ଦଳ ବୈଠକ ବିଧାନସଭାର ୫୪ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।
ତେବେ ୨୫ତାରିଖ ସକାଳ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ ବିଜେଡି ବିଧାୟକ ଦଳ ବୈଠକ ସ୍ୱଳ୍ପ ସମୟ ପାଇଁ ବସିବ ବୋଲି ସ୍ପଷ୍ଟ ହୋଇଛି।
ସୂଚନାଯୋଗ୍ୟ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆଜି ସର୍ବଦଳୀୟ ବୈଠକ ଡାକି ବିଧାନସଭା ସୁପରିଚାଳନା ପ୍ରସଙ୍ଗରେ ସବୁ ଦଳର ପ୍ରତିନିଧିଙ୍କ ସହ ବିଚାରବିମର୍ଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।