Advertisment

ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନ ଫଳାଫଳ ଆସନ୍ତାକାଲି ପ୍ରକାଶ ପାଇବାକୁ ଥିବା ବେଳେ ଆଜି ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି। ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ଏନେଇ ନଭେମ୍ବର ୧୦ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ନିର୍ବାଚନ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ନଭେମ୍ବର ୩ରେ ଭୋଟ୍

leader

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନ ଫଳାଫଳ ଆସନ୍ତାକାଲି ପ୍ରକାଶ ପାଇବାକୁ ଥିବା ବେଳେ ଆଜି ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି।

Advertisment

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ଏନେଇ ନଭେମ୍ବର ୧୦ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ।
ନିର୍ବାଚନ କମିଶନ ଦେଇଥିବା ସୂଚନା ଅନୁଯାୟୀ, ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ ନଭେମ୍ବର ୧୭ ରହିଛି। ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ନଭେମ୍ବର ୨୧ ରଖଯାଇଛି। ଡିସେମ୍ବର ୫ରେ ଭୋଟିଂ ହେବା ପରେ ୮ ତାରିଖରେ ଭୋଟ୍ ଗଣତି ହେବ।

୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ ତାରିଖ ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ବିଜୟ ରଞ୍ଜନ ସିଂହ ବରିହା।
ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକେଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମୃତ୍ୟୁବେଳକୁ ସେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।

Advertisment

ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଥିବାରୁ ଏବେ ସେଠାରୁ ବିଜେଡି କାହାକୁ ପ୍ରାର୍ଥୀ କରିବ, ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କାରଣ ଧାମନଗର ଉପନିର୍ବାଚନରେ ବିଜେଡିରେ ବିଦ୍ରୋହ ଦେଖାଯାଇଥିଲା। ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଅସନ୍ତୋଷ ପ୍ରକାଶ କରିଥିଲେ ଓ ସ୍ୱାଧୀନ ପ୍ରାର୍ଥୀ ହୋଇଥିଲେ। ଅନ୍ୟପକ୍ଷରେ ୨୦୧୯ ବିଧାନସଭା ନିର୍ବାଚନରେ ପଦ୍ମପୁର ଆସନରୁ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ହାରି ଯାଇଥିଲେ। ସେ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଦଳ ଏହି ଉପନିର୍ବାଚନରେ ପୁଣି ତାଙ୍କ ଉପରେ ଭରସା କରିବ ନା ଆଉ କାହାକୁ ପ୍ରାର୍ଥୀ କରିବ, ତାହା ଉପରେ ବି ରହିଛି ସମସ୍ତଙ୍କ ନଜର।

Padampur PadampurBypoll