ବିଜେଡିରେ ମିଶିଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ନବରଙ୍ଗପୁର (ଓଡ଼ିଶା ରିପୋର୍ଟର): କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ବିଜେଡିରେ ମିଶିଛନ୍ତି। ନବରଙ୍ଗପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ରମେଶ ମାଝୀଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅକ୍ଟୋବର ୨୨ ତାରିଖରେ ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଥିଲେ। କଂଗ୍ରେସରେ ରହିଲେ ଆଉ ଜନସେବା କରିବାର ସୁଯୋଗ ନଥିବାରୁ ସେ ଇସ୍ତଫା ଦେଇଥିବା କହିଥିଲେ। ଏହା […]

Pradeep Majhi

Pradeep Majhi

Jitendra Garnayak
  • Published: Saturday, 06 November 2021
  • Updated: 06 November 2021, 03:56 PM IST

Sports

Latest News

ନବରଙ୍ଗପୁର (ଓଡ଼ିଶା ରିପୋର୍ଟର): କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଆଜି ବିଜେଡିରେ ମିଶିଛନ୍ତି। ନବରଙ୍ଗପୁରରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ସାଂସଦ ରମେଶ ମାଝୀଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।

ଅକ୍ଟୋବର ୨୨ ତାରିଖରେ ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଥିଲେ। କଂଗ୍ରେସରେ ରହିଲେ ଆଉ ଜନସେବା କରିବାର ସୁଯୋଗ ନଥିବାରୁ ସେ ଇସ୍ତଫା ଦେଇଥିବା କହିଥିଲେ।

ଏହା ପରେ ଅକ୍ଟୋବର ୨୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଦୀପ କହିଥିଲେ ଯେ ସେ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ମିଶିବେ। ଏହା ସହିତ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଥିଲେ। ପ୍ରଦୀପ କହିଥିଲେ- ବିଜେଡି ରାଜ୍ୟରେ ସ୍ଥିର ସରକାର ଦେବାରେ ସଫଳ ହୋଇଛି। ପ୍ରତି ନିର୍ବାଚନରେ ସଂଖ୍ୟା ବୃଦ୍ଧି କରି ଦେଶରେ ଇତିହାସ ରଚିଛି। ନବରଙ୍ଗପୁର ସମେତ ଅବିଭକ୍ତ କୋରାପୁଟର ବିକାଶ ପାଇଁ ସେମାନେ ବିଜେଡିରେ ମିଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବେ।

ସୂଚନାଯୋଗ୍ୟ, ପ୍ରଦୀପ କଂଗ୍ରେସରେ ଅନେକ ପଦପଦବୀରେ ରହି କାର୍ଯ୍ୟ କରିଥିଲେ। ଇସ୍ତଫା ଦେବା ବେଳକୁ ସେ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଥିଲେ। ସେ ୨୦୦୯ରେ କଂଗ୍ରେସ ଟିକେଟ୍‌ରେ ନବରଙ୍ଗପୁରରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story