ପଦ୍ମପୁର ଉପନିର୍ବାଚନ; ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି।  ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ଏହି ଘୋଷଣା କରାଯାଇଛି। ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଦୀପ ପୁରୋହିତ ପଦ୍ମପୁରର ବିଧାୟକ ଥିଲେ। ୨୦୧୯ରେ ସେ ବିଜେଡି ପ୍ରାର୍ଥୀ ବିଜୟ ରଂଜନ ସିଂ ବରିହାଙ୍କ ଠାରୁ ୫ ହଜାରରୁ ଅଧିକ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଥିଲେ।  ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଅଛନ୍ତି […]

Pradip Purohit

Pradip Purohit

Tapaswini Nayak
  • Published: Saturday, 12 November 2022
  • Updated: 12 November 2022, 01:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି।  ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ ସମିତି ପକ୍ଷରୁ ଏହି ଘୋଷଣା କରାଯାଇଛି।

୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ପ୍ରଦୀପ ପୁରୋହିତ ପଦ୍ମପୁରର ବିଧାୟକ ଥିଲେ। ୨୦୧୯ରେ ସେ ବିଜେଡି ପ୍ରାର୍ଥୀ ବିଜୟ ରଂଜନ ସିଂ ବରିହାଙ୍କ ଠାରୁ ୫ ହଜାରରୁ ଅଧିକ ଭୋଟ୍‌ ବ୍ୟବଧାନରେ ପରାସ୍ତ ହୋଇଥିଲେ।  ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଅଛନ୍ତି ପ୍ରଦୀପ ପୁରୋହିତ। ଚଳିତଥର ପୁଣି ଥରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ କରାଯାଇଛି।

ପଦ୍ମପୁର ବିଧାନସଭା ଉପନିର୍ବାଚନରେ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ ବୋଲି ଗତକାଲି ବିଜେପି ବିଧାୟିକା କୁସୁମ ଟେଟେ କହିଥିଲେ। ପ୍ରଦୀପ ୧୪ ତାରିଖରେ ନାମାଙ୍କନ ଭରିବେ ବୋଲି ସେ କହିଥିଲେ। ଅନ୍ୟପକ୍ଷରେ କଂଗ୍ରେସ ଓ ବିଜେଡି ପକ୍ଷରୁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।  ବିଜେଡି ଓ କଂଗ୍ରେସ ପକ୍ଷରୁ କିଏ ପ୍ରାର୍ଥୀ ହେବ ସୂଚନା ମିଳି ନାହିଁ।

ଗୁରୁବାର ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନଭେମ୍ବର ୧୭ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରଠାରୁ ପଦ୍ମପୁର ବିଧାନସଭା ଆସନଟି ଖାଲି ପଡ଼ିଛି। ୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ ତାରିଖ ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

 

 

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos