Advertisment

ବିଜେଡି ଛାଡ଼ି ବିଜେପିରେ ମିଶିଲେ ତେଜେଶ୍ୱର ଓ ବୈକୁଣ୍ଠନାଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଯୁବନେତା ତଥା ରାଜ୍ୟ ଖଦି ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡ଼ା ଓ ଆଳିର ତୁଙ୍ଗ ବିଜେଡି ନେତା ବୈକୁଣ୍ଠନାଥ ପରିଡ଼ା ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ପାଟକୁରା ନିର୍ବାଚନମଣ୍ଡଳୀର ଯୁବନେତା ତଥା ଖଦି ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ଏବଂ ଆଳି ଅଂଚଳର ବିଶିଷ୍ଟ ଶିକ୍ଷାବିତ୍ […]

ଅଦ୍ୟତନ ହୋଇଛି
ମନୋଜ ଓ ତେଜେଶ୍ୱର ହେଲେ ବିଜେପି ରାଜ୍ୟ ମୁଖପାତ୍ର

BJP

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଯୁବନେତା ତଥା ରାଜ୍ୟ ଖଦି ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡ଼ା ଓ ଆଳିର ତୁଙ୍ଗ ବିଜେଡି ନେତା ବୈକୁଣ୍ଠନାଥ ପରିଡ଼ା ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

Advertisment

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ପାଟକୁରା ନିର୍ବାଚନମଣ୍ଡଳୀର ଯୁବନେତା ତଥା ଖଦି ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ଏବଂ ଆଳି ଅଂଚଳର ବିଶିଷ୍ଟ ଶିକ୍ଷାବିତ୍ ତଥା ବିଜେଡି ନେତା ବୈକୁଣ୍ଠନାଥ ପରିଡ଼ାଙ୍କୁ ବିଜେପିରେ ସ୍ୱାଗତ କରିଛନ୍ତି । ରାଜ୍ୟ ସଭାପତି ଶ୍ରୀ ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ସଦସ୍ୟମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇ ଚାଲିଛି ଏବଂ ଆଗାମୀ ଦିନରେ ଓଡିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଏହି ମିଶ୍ରଣ ପର୍ବରେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ସହପ୍ରଭାରୀ ବିଜୟପାଲ ସିଂ ତୋମର, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ମୁଖପାତ୍ର ଡ. ଯତୀନ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, କିଶୋର ପଣ୍ଡା, କୃଷ୍ଣଚନ୍ଦ୍ର ପଣ୍ଡା ଓ ବ୍ରଜେଶ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe