Advertisment

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍କାନରରେ ରାଜଧାନୀ, ଜଗିଛନ୍ତି ୮୧ ପ୍ଲାଟୁନ୍‌ ଫୋର୍ସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରାଜଧାନୀ । ରାଜଧାନୀ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣିରେ ପରିଣତ ହୋଇ ଯାଇଛି।

ଅଦ୍ୟତନ ହୋଇଛି
Police Security

Police Security

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରାଜଧାନୀ । ରାଜଧାନୀ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣିରେ ପରିଣତ ହୋଇ ଯାଇଛି।

Advertisment

ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତାରେ ଜଗି ରହିଛନ୍ତି ବହୁ ସଂଖ୍ୟାରେ ପୁଲିସ୍‌। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି।

ପିଏମ୍‌ଙ୍କ କାରକେଡ୍ ଯେଉଁ ବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୁଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ । ବ୍ୟାପକ ମହିଳା ପୁଲିସ କର୍ମଚାରୀଙ୍କ ସହ ସାଦା ପୋଷାକଧାରୀ ପୁଲିସ୍ ବି ମୁତୟନ ହେବେ।

Advertisment

କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି।

କମିଶନରେଟ୍ ପୁଲିସ ପକ୍ଷରୁ ଜାରି ଟ୍ରାଫିକ ନିର୍ଦ୍ଦେଶନାମା ଅନୁଯାୟୀ, ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ ବଳବତ୍ତର ରହିବ କଟକଣା । ଜୟଦେବ ବିହାର ଛକଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ ।

ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ- ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଯାଇପାରିବେ । ନଚେତ ଶିଖରଚଣ୍ଡୀ - ପଥରଗାଡିଆ - ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ- ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ। ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଏହି କଟକଣା ଲାଗୁ ହେବନାହିଁ ।

PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe