Advertisment

ଛାତ୍ର ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୋହନଙ୍କୁ ହେମନ୍ତଙ୍କ ଅନୁରୋଧ

ଗତ ୧୦ ତାରିଖରେ ଜାଗମରା ସ୍ଥିତ ଘରୋଇ କଲେଜରେ ନାଁ ଲେଖାଇଥିଲେ ଝାଡ଼ଖଣ୍ଡର ଛାତ୍ର। ନାମଲେଖାର ମାତ୍ର ୩ ଦିନ ପରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
Hemant soren

Hemant soren

ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି କରିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ସୋଶାଲ ମିଡିଆ ‘ଏକ୍ସ’ରେ ଏନେଇ ଟ୍ୱିଟ୍‌ କରି ସେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

Advertisment

ହେମନ୍ତ ସୋରେନ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ରାଞ୍ଚିର ଅଭିଷେକ ରବି ଓଡ଼ିଶାର ଭୁବନେଶ୍ୱର ସ୍ଥିତ ଆଇଟିଆର କଲେଜରେ ପଢ଼ୁଥିଲେ। ତାଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଓଡ଼ିଶା ମୁଖ୍ୟମନ୍ତ୍ରୀ ଏହି ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। 

ଭଗବାନ ଅଭିଷେକଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ। ତାଙ୍କ ପରିବାର ବର୍ଗକୁ ଏହି କଷ୍ଟ ସମୟରେ ଭଗବାନ ସହାୟକ ହୁଅନ୍ତୁ ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

Advertisment

ସେହିପରି ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁର ନିରପେକ୍ଷ ତଦନ୍ତ ପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଘଟଣାର ତଦନ୍ତ କରାଯାଇ ବିହିତ ପଦକ୍ଷେପ ନେବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି।

ଛାତ୍ରଙ୍କର ସନ୍ଦେହ ଜନକ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଘରୋଇ ଇଞ୍ଜିନିୟରିଂର କର୍ତ୍ତୃପକ୍ଷ। କଲଜେ ତରଫରୁ କୁହାଯାଇଛି, ଛାତ୍ର ଜଣଙ୍କ କଲେଜ ଛାତରୁ ପଡ଼ି ଯାଇଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତୁରନ୍ତ ଘଟଣାସଂପର୍କରେ  ପରିବାର ଲୋକ ଓ ପୁଲିସକୁ ଜଣାଇ ଦିଆଯାଇଥିଲା।

କଲେଜ କର୍ତ୍ତୃପକ୍ଷ ଆହୁରି କହିଛନ୍ତି ଯେ, ପରିବାର ଲୋକଙ୍କ ଉପସ୍ଥିତିରେ ଛାତ୍ରଙ୍କର ଶବ ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟରେ ଏହା ଆତ୍ମହତ୍ୟା ବୋଲି ସ୍ପଷ୍ଟ ହୋଇଥିଲା। ପୁଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଜାଗମରା ସ୍ଥିତ ଘରୋଇ କଲେଜରେ ନାଁ ଲେଖାଇଥିଲେ ଝାଡ଼ଖଣ୍ଡର ଛାତ୍ର। ନାମଲେଖାର ମାତ୍ର ୩ ଦିନ ପରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

Bhubaneswar Hemant Soren Students