Advertisment

ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ: ମୁଖ୍ୟମନ୍ତ୍ରୀ

ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
 International Yoga Day

International Yoga Day

“ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।”ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କରାଯାଇଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ସେ ଆହୁରି କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳନର ବ୍ୟବସ୍ଥା ହୋଇଛି। ମନ୍ତ୍ରୀ, ସାଂସଦ, ବିଧାୟକମାନେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଛନ୍ତି। ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନରେ ନିଶ୍ଚିତରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ କରାଯାଇଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, କ୍ରୀଡ଼ା ସଚିବ ଭିନୀଲ କ୍ରିଷ୍ଣାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ସମସ୍ତେ ଯୋଗ କରିଥିଲେ।

Advertisment

ସେହିପରି ଅନ୍ତର୍ଜାତୀୟ ଯୋଗ ଦିବସରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯୋଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। କଟକ, ରାଉରକେଲା, ବ୍ରହ୍ମପୁର, ବଲାଙ୍ଗିର, କୋଣାର୍କ ଓ ଜୟପୁରରେ ମଧ୍ୟ ସ୍ୱତନ୍ତ୍ର ଭାବେ ପାଳିତ କରାଯାଇଛି।

Bhubaneswar International Yoga Day