Advertisment

କାଲି ଓଡ଼ିଶା ଆସିବେ ଜେ.ପି ନଡ୍ଡା; କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
JP Nadda

JP Nadda

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

Advertisment

ଆସନ୍ତାକାଲି ଜେ.ପି ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଯିବେ। ସେଠାରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।

ଏଥିସହିତ ବିଜେପିର ବିଭିନ୍ନ ସ୍ଥାନରେ ଚାଲିଥିବା ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ। ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରି ଯିବାର ସୂଚନା ରହିଛି।

Advertisment
Odisha Bjp State Bjp J. P. Nadda