Advertisment

ରାଜ୍ୟସଭା ଉପନିର୍ବାଚନ; ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ।

Nomination File

Nomination File

Advertisment

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ।

Advertisment

ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇ ନଥିବା ବେଳେ ସେ  କାହିଁକି ନାମାଙ୍କନ ଦାଖଲ କରିଥିଲେ, ଏବେ କାହିଁକି ପ୍ରତ୍ୟାହାର କରିବେ ତାହା ଜଣାପଡ଼ି ନାହିଁ।

ଅନ୍ୟ ପକ୍ଷରେ ରାଜ୍ୟସଭା ପାଇଁ କୁଡୁମୀ ସମ୍ପ୍ରଦାୟର ନେତ୍ରୀ ମମତା ମହାନ୍ତଙ୍କୁ ବିଜେପି ପ୍ରାର୍ଥୀ କରିଛି। ଅଗଷ୍ଟ ୨୧ ତାରିଖରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜୟ ସିଂହ ତୋମାରଙ୍କ ପରି ବହୁ ବରିଷ୍ଠ ନେତା ଉପସ୍ଥିତରେ ସେ ନାମାଙ୍କନ ଦାଖଲ କରିଥିଲେ।

Advertisment

ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ଓ ଶିକ୍ଷିତ ନେତ୍ରୀ। ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ସାଧାରଣ ନିର୍ବାଚନ ପରେ ପରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ବେଳେ ବିଜେଡି ବିରୋଧରେ ଅସନ୍ତୋଷ ଝାଡିବା ସହ ସେ ବିଜେପିରେ ସାମିଲ୍‌ ହୋଇଥିଲେ।

Bhubaneswar Bjp Rajya Sabha Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe