Advertisment

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ; କହିଲେ- ନାମାଙ୍କନ, ପ୍ରତ୍ୟାହାର ଦଳର ନିଷ୍ପତ୍ତି

ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ଭାବେ ଗତ ୨୧ ତାରିଖରେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ।

author-image
Tapaswini Nayak
ଅଦ୍ୟତନ ହୋଇଛି
Jagannath Pradhan

Jagannath Pradhan

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। 

Advertisment

ତେବେ ସେହିଦନ ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ ମଧ୍ୟ ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜୟ ସିଂହ ତୋମାରଙ୍କ ପରି ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ହେଲେ ଅପରାହ୍ନରେ ଜଗନ୍ନାଥ ପ୍ରଧାନ ପ୍ରାର୍ଥିପତ୍ର ଦାଖଲ କରିବା ପରେ ନାନା ଚର୍ଚ୍ଚା ଆଲୋଚନା ବଢ଼ିଥିଲା। ଆଜି ଜଗନ୍ନାଥ ପ୍ରଧାନ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିବାରୁ ମମତା ମହାନ୍ତ ପୁଣି ରାଜ୍ୟସଭା ଯିବା ପାଇଁ ପଥ ପରିସ୍କାର ହୋଇଛି।

ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ଓ ଶିକ୍ଷିତ ନେତ୍ରୀ। ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ସାଧାରଣ ନିର୍ବାଚନ ପରେ ପରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ବେଳେ ବିଜେଡି ବିରୋଧରେ ଅସନ୍ତୋଷ ଝାଡିବା ସହ ସେ ବିଜେପିରେ ସାମିଲ୍‌ ହୋଇଥିଲେ।

Advertisment

ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ବିଜେପି ନେତା ଜଗନ୍ନାଥ ପ୍ରଧାନ କହିଛନ୍ତି, ଦଳୀୟ ନେତୃତ୍ୱଙ୍କ ନିଷ୍ପତ୍ତି ଅନୁସାରେ ମୁଁ ପ୍ରାର୍ଥିପତ୍ର ଦାଖଲ କରିଥିଲି। ଦଳ ନିଷ୍ପତ୍ତି କ୍ରମେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛି। ପାର୍ଟିର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବେ ଦଳୀୟ ନିଷ୍ପତ୍ତି ପାଳନ କରିଛି। ଦଳର ଏହା ଆଭ୍ୟନ୍ତରୀଣ ଷ୍ଟ୍ରାଟେଜି ଥିଲା। ମୁଁ ଜଣେ ଦଳର ଶୃଙ୍ଖଳିତ କର୍ମୀ। ଦଳ ମୋ ଉପରେ ଭରସା କରି ବଡ଼ ଦାୟିତ୍ୱ ଦେଇଥିଲା। ମୁଁ ଦଳ ନିଷ୍ପତ୍ତି ଅନୁସାରେ କାର୍ଯ୍ୟ କରିଥିଲି। 

Bhubaneswar Bjp Rajyasabha By-Election