Advertisment

'ବିଜେପି ଯାହା କହିଥାଏ, ତାହା କରିକି ଦେଖାଇଥାଏ'

ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି।

ଅଦ୍ୟତନ ହୋଇଛି
Advertisment

ବ୍ରହ୍ମପୁର କନିଷି ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି। କହିଲେ, କାଲି ମୁଁ ଅଯୋଧ୍ୟାରେ ଥିଲି, ରାମ ଲାଲାଙ୍କୁ ଦର୍ଶନ କଲି। ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଭୂମିରେ ଆପଣଙ୍କ ଆଶୀର୍ବାଦ ପାଇଁ ଆସିଛି। ଆପଣଙ୍କ ଭୋଟ ବଳରେ ରାମଲାଲାଙ୍କ ମନ୍ଦିର ନିର୍ମାଣ ହୋଇଛି । ରାମଲାଲାଙ୍କ ମନ୍ଦିର ୫ଶହ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଓଡ଼ିଶାରେ ଏଥର ୨ ଯଜ୍ଞ, ଏକା ସାଥିରେ ହେଉଛି। ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ହେଉଛି। ଓଡ଼ିଶାରେ ବିଜେପି ନେତୃତ୍ୱରେ ମଜବୁତ ରାଜ୍ୟ ସରକାର ପାଇଁ ହେଉଛି। ଓଡ଼ିଶାରେ ବିଜେପି ସରକାର ଆସିବା ପରେ ଆମେ ସଙ୍କଳ୍ପପତ୍ରର ଗୋଟିଏ ଗୋଟିଏ ପ୍ରତିଶ୍ରୁତି ପୂରଣ କରିବୁ। ଏହା ମୋଦିର ଗ୍ୟାରେଣ୍ଟି ବୋଲି ଦୃଢ଼ତାର ସହ କହିଛନ୍ତି ପ୍ରଧାନମନ୍ତ୍ରୀ।

Advertisment
PM Modi Brahmapur Bjp Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe