Advertisment

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଆସନ୍ତା ୬ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

author-image
Tapaswini Nayak
ଅଦ୍ୟତନ ହୋଇଛି
jay shankara

jay shankara

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଏସ. ଜୟଶଙ୍କର ଭୁବନେଶ୍ୱର ପହଞ୍ଚିବା ପରେ ବିଭିନ୍ନ ଖବର କାଗଜର ଏଡିଟରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପରେ ବୁଦ୍ଧିଜୀବୀଙ୍କ ସହ ସମ୍ମିଳନୀ କରିବା ସହ ଏକ ସାମ୍ବାଦିକ ସମ୍ମିଳନୀ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

Advertisment

ଏସ୍ ଜୟଶଙ୍କର ଏହି ଦୁଇ ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ  ଓ  ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ। 

ସେହିପରି ଆସନ୍ତାକାଲି ଅପରାହ୍ନରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ନଡ୍ଡା ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କଟକରେ କାର୍ଯ୍ୟକର୍ତ୍ତା ବୈଠକରେ ଗୁରୁମନ୍ତ୍ର ଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ଆସନ୍ତା ୬ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦି, ନଡ୍ଡା ଓ ଜୟଶଙ୍କରଙ୍କ ଭଳି ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଆଗମନକୁ ନେଇ ବେଶ୍ ଉତ୍ସାହିତ ହୋଇପଡ଼ିଛି ରାଜ୍ୟ ବିଜେପି।

Bjp Jay Shankara