Advertisment

ଦୀପାଳି ଦାସଙ୍କ ନୂଆ ଇନିଂସ: ବିଧାୟିକା ଭାବେ ନେଲେ ଶପଥ

ବିଧାନସଭାରେ ଦୀପାଳିଙ୍କୁ ଶପଥପାଠ କରାଇଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ।

author-image
Tapaswini Nayak
ଅଦ୍ୟତନ ହୋଇଛି
MLA Dipali Das

MLA Dipali Das

ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ । ସୋମବାର ବିଧାନସଭାରେ ଦୀପାଳିଙ୍କୁ ଶପଥପାଠ କରାଇଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ। ଏହି ସମୟରେ ଦୀପାଳିଙ୍କ ସାଙ୍ଗରେ ତାଙ୍କ ମା’ ଓ ଭାଇ ଉପସ୍ଥିତ ଥିଲେ। ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ରୀତା ସାହୁଙ୍କ ସହିତ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ। 

Advertisment

ବିଧାୟିକା ଭାବେ ଶପଥ ନେବାପରେ ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ମୋ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବି।

ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି। ଝାରସୁଗୁଡ଼ାର ବିକାଶକୁ ଆଗେଇ ନେବା ସହ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଦୀପାଳିଙ୍କୁ ନବୀନ ପରାମର୍ଶ ଦେଇଥିଲେ। ଦୀପାଳି ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେବା ସହ ବାପା ଛାଡ଼ିଯାଇଥିବା ଅଧୁରା କାମକୁ ପୂରଣ କରିବେ କହିଥିଲେ।

Advertisment

ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନରେ ଦିବଙ୍ଗତ ନେତା ନବ କିଶୋର ଦାସଙ୍କ ଝିଅ ଦୀପାଳି ବିପୁଳ ଭୋଟରେ ବିଜୟ ଲାଭ କରିଥିଲେ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧ ଖଣ୍ଡ ଭୋଟରେ ହରାଇଥିଲେ।

BjD Jharsuguda Deepali Das