Advertisment

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

୨୦୨୨ ଜୁନ୍ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Chief Justice of Orissa High Court

Chief Justice of Orissa High Court

ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି।

Advertisment

୨୦୨୨ ଜୁନ୍ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ।

୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ଏହାପରେ ୨୦୨୨ ଜୁନ୍ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଅଛନ୍ତି । ସୋମବାର ଦିନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ୍‌. ମୁରଲୀଧର ଅବସର ନେଇଛନ୍ତି ।

Advertisment

ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମ ଗ୍ରହଣ କରିଥିଲେ।

Cuttack Chief Justice Of Orissa High Court