Advertisment

ବୈଜୟନ୍ତଙ୍କ ଶକ୍ତି ପ୍ରଦର୍ଶନ; ବିରାଟ ଶୋଭାଯାତ୍ରାରେ ଆସି କଲେ ନାମାଙ୍କନ

କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ସକାଳେ ପ୍ରଥମେ ତିନି ମୁହାଣି ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ।

ଅଦ୍ୟତନ ହୋଇଛି
Baijayant Panda filed  nomination

Baijayant Panda filed nomination

Advertisment

ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। 

Advertisment

ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ବୈଜୟନ୍ତ ପଣ୍ଡା ବିଶାଳ ଶୋଭାଯାତ୍ରାରେ ଆସିଥିଲେ। ସେ ପ୍ରଥମେ ତିନି ମୁହାଣି ସ୍ଥିତ ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ତିନି ମୁହାଣିରୁ ଶୁଭେଛୁ, ସମର୍ଥକ ଓ ବିଜେପି କର୍ମକର୍ତ୍ତାଙ୍କ ସହ ଏକ ବିରାଟ ପଟୁଆର ବାହାରିଥିଲେ। ବାଟରେ କିଏ ତାଙ୍କୁ ଫୁଲତୋଡ଼ା ଦେଉଥିଲେ ତ ଆଉ କିଏ ଫୁଲମାଳ ପିନ୍ଧାଇ ସ୍ୱାଗତ କରୁଥିଲେ। 

Rally in kendraparaବୈଜୟନ୍ତ ପଣ୍ଡାଙ୍କ ବିରାଟ ଶୋଭାଯାତ୍ରା

ବୈଜୟନ୍ତଙ୍କ ବିଶାଳ ଶୋଭାଯାତ୍ରା ଲ’ କଲେଜ, ତିନି ମୁହାଁଣି ଛକ, କଜଳା, ମହିପାଳ, ନୂଆ ବସ୍‌ଷ୍ଟାଣ୍ଡ, ବଡ଼ ହାଟ ଓ ପୁରୁଣା ବସ୍‌ ଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ତା’ପରେ ସେ ସେଠାରେ ନାମାଙ୍କନପତ୍ର ଦାଖଲ କରିଥିଲେ। ବୈଜୟନ୍ତଙ୍କ ଏହି ବିରାଟ ଶୋଭାଯାତ୍ରାରେ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀମାନେ ସାମିଲ ହୋଇଥିଲେ।

Advertisment

ବୈଜୟନ୍ତ ପଣ୍ଡା କହିଛନ୍ତି, ହଜାର ହଜାର ଲୋକ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ମୋଦିଙ୍କ ନେତୃତ୍ୱ ପାଇଁ ଲୋକମାନଙ୍କ ମନରେ ଏହି ଉତ୍ସାହ ଦେଖିବାକୁ ମିଳୁଛି। ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଲୋକଙ୍କ ଭରସା ରହିଛି। ଆଗାମୀ ୫ବର୍ଷ ମଧ୍ୟରେ ବିକାଶ ଦୁଇ ଗୁଣା ହେବ। ଦୁଇ ଥର ପଦ୍ମ ଓ ଦୁଇ ଗୁ଼ଣା ବିକାଶ ବୋଲି ମୋଦି ଗ୍ୟାରେଣ୍ଟି ଦେଇଛନ୍ତି। ତାହାର ଫଳାଫଳ ଦେଖିବାକୁ ମିଳୁଛି।

Bjp Baijayant Panda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe