Advertisment

ଖାରବେଳ ବହିଷ୍କୃତ, ସମୀର ଦାଶଙ୍କୁ ରାଜ୍ୟ ମୁଖପାତ୍ର ଓ ୪ ବିଧାନସଭା ଆସନର ନିର୍ବାଚନ ପରିଚାଳନା ଦାୟିତ୍ୱ

ଅନ୍ୟପକ୍ଷରେ ଦଳୀୟ ନିଷ୍ପତ୍ତି ବିରୁଦ୍ଧରେ ଯାଇ ପ୍ରାର୍ଥୀ ହୋଇଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଆଜି ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରାଯାଇଛି

ଅଦ୍ୟତନ ହୋଇଛି
undefined

Kharabela Swain

Advertisment

ବିଜେଡି ଛାଡ଼ି ଗତକାଲି ବିଜେପିରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଆଜି ଦଳ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେହିପରି ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପି ଆଜି ଦଳରୁ ବହିଷ୍କାର କରିଛି ।

Advertisment

ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ, ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି । ଦଳର ମିଡିଆ ସେଲକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ତାଙ୍କୁ କାକଟପୁର, ନିମାପଡ଼ା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ବିଶେଷ ଭାବେ ପ୍ରଦାନ କରାଯାଇଛି ।

ଶ୍ରୀ ଦାଶଙ୍କ ବ୍ୟତୀତ ନାଲକୋର ପୂର୍ବତନ ଅବସରପ୍ରାପ୍ତ ଅଧିକାରୀ ତପନ କୁମାର ଚାନ୍ଦଙ୍କୁ ବିଜେପି ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳିଛି । ଅନ୍ୟପକ୍ଷରେ ଦଳୀୟ ନିଷ୍ପତ୍ତି ବିରୁଦ୍ଧରେ ଯାଇ ପ୍ରାର୍ଥୀ ହୋଇଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁଙ୍କୁ ଆଜି ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କାର କରାଯାଇଛି । ଶ୍ରୀ ସ୍ୱାଇଁଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ଜଣାପଡ଼ିଛି ।

Advertisment
Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe