Advertisment

ରାଷ୍ଟ୍ରପତିଙ୍କ ଗସ୍ତର ଶେଷ ଦିନ; ଆଜି ୧୦ ଜନଜାତି ସମୁଦାୟକୁ ଭେଟିବେ

ଆଜି ଅପରାହ୍ଣରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି।

author-image
Tapaswini Nayak
ଅଦ୍ୟତନ ହୋଇଛି
undefined

President of india

ଓଡ଼ିଶାର ଆଦିବାସୀଙ୍କ ସମସ୍ୟା ଶୁଣିବେ ଭାରତର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷ ଦିନରେ ୧୦ଟି PVTG ବା ନିର୍ଦ୍ଦିଷ୍ଟ ରୂପେ ସଂକଟପ୍ରବଣ ଜନଜାତି ସମୁଦାୟକୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Advertisment

ଓଡ଼ିଶାରେ ସଉରା, ଲାଞ୍ଜିଆ ସଉରା, କୁଟିଆ କନ୍ଧ, ଡଙ୍ଗରିଆ କନ୍ଧ, ମାଙ୍କିଡ଼ିଆ, ବିରହୋର, ଜୁଆଙ୍ଗ ଆଦି ୧୩ଟି PVTG ବସବାସ କରୁଥିବା ବେଳେ ଆଜି ସେମାନଙ୍କ ମଧ୍ୟରୁ ୧୦ଟି ଜନଜାତି ସମୁଦାୟର ୫ଜଣିଆ ପ୍ରତିନିଧି ଦଳ ରାଜଭବନ ପରିସରରେ ରାଷ୍ଟ୍ରପତିଙ୍କୁସାକ୍ଷାତ କରିବେ। ପୂର୍ବରୁ ବାକି ୩ଟି ସମୁଦାୟ ସହ ସେ ଆଲୋଚନା କରିସାରିଥିବା ସୂଚନା ମିଳିଛି।

ରାଷ୍ଟ୍ରପତିଙ୍କ ପରବର୍ତ୍ତୀ କାର୍ଯ୍ୟକ୍ରମ ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋରେ ରହିଛି। ଦଶବାଟିଆ ସ୍ଥିତ ବ୍ରହ୍ମାକୁମାରୀ ସେଣ୍ଟରର ଲାଇଟହାଉସ କଂପ୍ଲେକ୍ସରେ ଶିଳାନ୍ୟାସ ଓ ଆମ୍ବ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ଏହାସହ ବ୍ରହ୍ମାକୁମାରୀ କେନ୍ଦ୍ରର ବରିଷ୍ଠ ସଦସ୍ୟଙ୍କ ସହ ଆଲୋଚନା କରିବେ ରାଷ୍ଟ୍ରପତି। ପରେ ସେଠାରେ ମଧ୍ୟାହ୍ନ ଭୋଜନ ଓ ଫଟୋ ସେସନ୍ ପରେ ରାଜଭବନ ଫେରିଆସିବେ ଏବଂ ଅପରାହ୍ଣରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ।

Advertisment
President Of India Droupadi Murmu