Advertisment

ମଧ୍ୟପ୍ରଦେଶ, ଛତିଶଗଡ଼ରେ ଆଜିଠୁ ନୂଆ ସରକାର; ଶପଥ ନେବେ ମୋହନ ଯାଦବ ଓ ବିଷ୍ଣୁ ଦେଓ ସାଏ

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରେ ସକାଳ ୧୧ଟା ୩୦ରେ ଓ ଛତିଶଗଡ଼ରେ ଅପରାହ୍ନ ୪ଟାରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ।

New CMs

New CMs

Advertisment

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରେ ଆଜିଠୁ ମୋହନ ଯାଦବ ସରକାର ଆରମ୍ଭ ହେବ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି ।

Advertisment

ସକାଳ ୧୧ଟା ୩୦ରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି ।

ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ବାଚସ୍ପତି ଦାୟିତ୍ୱ ମିଳିବ। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ । ଶିବରାଜ ସିଂ ସରକାରରେ ସେ ଉଚ୍ଚଶିକ୍ଷାମନ୍ତ୍ରୀ ଥିଲେ ।

Advertisment

ସେପଟେ ଛତିଶଗଡରେ ମଧ୍ୟ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଷ୍ଣୁ ଦେଓ ସାଏ । ଅପରାହ୍ନ ୪ଟାରେ ଶପଥଗ୍ରହଣ ସମାରୋହ ହେବ। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ରାୟପୁର ସାଇନ୍ସ କଲେଜ ଗ୍ରାଉଣ୍ଡରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବିଷ୍ଣୁ ଦେଓଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଆଜି ଶପଥ ନେବେ । କିନ୍ତୁ କେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ସେ ନେଇ ବର୍ତ୍ତମାନସୁଦ୍ଧା ଚୂଡାନ୍ତ ସୂଚନା ମିଳିପାରିନାହିଁ।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ବିଷ୍ଣୁଦେଓ ଛତିଶଗଡ଼ର ଜଣେ ଜଣାଶୁଣା ଆଦିବାସୀ ଚେହେରା। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ପ୍ରଥମ ସରକାରରେ ସେ ମନ୍ତ୍ରୀ ଥିଲେ। ୨୦୨୦ରୁ ୨୦୨୨ ପର୍ଯ୍ୟନ୍ତ ସେ ଛତିଶଗଡ଼ ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇଥିଲେ।

Chhattisgarh Madhya Pradesh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe