Advertisment

ଗୋଲ ହୋଇଯିବ କ୍ୟାରିୟର !

ପ୍ରତାପ ଜେନା ବିଧାୟକ ହୋଇଥିବାରୁ ଏହି ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରାଯାଇଛି।

author-image
Manoj Swain

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ବଢ଼ିଲା ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ। ତାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମ୍‌ଏଫସି କୋର୍ଟ। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରତାପଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରହିବ। ସାଲେପୁର ଜେଏମ୍‌ଏଫସି କୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି, ସେଥିରେ ସ୍ପଷ୍ଟ ଭାବେ କହିଛନ୍ତି ଯେ ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି।

Advertisment
BjD Odisha Pratap Jena