ନିର୍ବାଚନ ପ୍ରଚାର ପାଇଁ ପୁଣି ଥରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍ ଖଡ୍ଗେ ଓ ସାଂସଦ ରାହୁଲ୍ ଗାନ୍ଧି। ଖଡ୍ଗେ ଦୁଇଟି ସଭା କରିବେ ଓ ରାହୁଲ ଗୋଟିଏ ଜନସଭାରେ ଉଦ୍ବୋଧନ ଦେବେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର।
Also Read
ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖଡ୍ଗେ। ସେହି ଦିନ ୧୧ଟାରେ ସେ ବାଲେଶ୍ୱରରେ ପହଞ୍ଚିବେ। ତା’ପରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ବାଲେଶ୍ୱର ସଭା ସରିବା ପରେ ଖଡ୍ଗେ ଭଦ୍ରକ ଯିବେ। ଅପରାହ୍ନ ୩ଟାରେ ଚାନ୍ଦବାଲିରେ ଆୟୋଜିତ ସାଧାରଣ ସଭାରେ ସେ ଯୋଗଦେବେ। ତା’ପରେ ସେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।
ସେହି ପରି କଂଗ୍ରେସ ସାଂସଦ ରାହୁଲ୍ ଗାନ୍ଧି ୩୦ ତାରିଖରେ ଓଡ଼ିଶା ଆସିବେ। ୩୦ ତାରିଖ ଦିନ ୧୧ଟାରେ ସେ ସିମୁଳିଆ ସାନମହିତପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ଆଉ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।