Advertisment

ମମତା ମହାନ୍ତ ହେଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ

ବିଜେଡି ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି। ମମତା ହେଉଛନ୍ତି କୁଡୁମୀ ସମ୍ପ୍ରଦାୟର ନେତ୍ରୀ।

ଅଦ୍ୟତନ ହୋଇଛି
undefined

Mamata

Advertisment

ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ବିଜେଡି ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି। ମମତା ହେଉଛନ୍ତି କୁଡୁମୀ ସମ୍ପ୍ରଦାୟର ନେତ୍ରୀ। ରାଜ୍ୟସଭା ପ୍ରାର୍ଥୀ ପାଇଁ ଆଜି ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ମହାସଚିବ ଓ ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ।

Advertisment

କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ । ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭା ପଠାଇଥିଲା। ହେଲେ ସାଧାରଣ ନିର୍ବାଚନ ପରେ ତାଙ୍କୁ ବିଜେଡିରୁ ବାହାର କରିଦେବାର ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ହେଲେ ତା’ ପୂର୍ବରୁ ଅର୍ଥାତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ତା’ପର ଦିନ ସେ ବିଜେପିରେ ମିଶିଥିଲେ।

କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ । ନିଜ ସମ୍ପ୍ରଦାୟ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ଅଛନ୍ତି। 

Advertisment
Bjp Rajya Sabha Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe