Advertisment

ବିଜେଡିରେ ମିଶିଲେ ସୁରଙ୍କ ପୁଅ ମନ୍ମଥ; କହିଲେ; ଏହା ମୋ ପରିବାରର ନିଷ୍ପତ୍ତି

ସୁରଙ୍କ ଆର୍ଶୀବାଦ ନେଇ ବିଜେଡିରେ ସାମିଲ ହୋଇଥିବା ମନ୍ମଥ କହିଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Manmath Routray

Manmath Routray

ଚର୍ଚ୍ଚାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି।

Advertisment

ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ‌ଆସିଥିଲେ।  ସୁର ନିଜ ପୁଅର ଏହି ବିରାଟ ଶୋଭାଯାତ୍ରାରେ ସାମିଲ ହୋଇ ନଥିଲେ। ହେଲେ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ୱାନ କରିଥିଲେ। ସେ କହିଥିଲେ, ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ ପୁଅ। ତାକୁ ଆମେ ଜିତାଇବା। 

ଅନ୍ୟପକ୍ଷରେ ସୁରଙ୍କ ଆର୍ଶୀବାଦ ନେଇ ବିଜେଡିରେ ସାମିଲ ହୋଇଥିବା ମନ୍ମଥ କହିଥିଲେ, ମୋ ବାପା ସୁର ରାଉତରାୟ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ିବି। ବିଜେଡିରେ ମିଶିବା ତାଙ୍କର ଏକା ନିଷ୍ପତ୍ତି ନୁହେଁ। ଏହା ତାଙ୍କ ପରିବାରର ନିଷ୍ପତ୍ତି ବୋଲି ମନ୍ମଥ କହିଥିଲେ। 

Advertisment

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ମନ୍ମଥ କ୍ୟାପଟନ ଚାକିରି ଛାଡ଼ି ଭୁବନେଶ୍ୱରରେ ପହଞ୍ଚିଥିଲେ। ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସୁର ଶହ ଶହ ସମର୍ଥକଙ୍କୁ ନେଇ ସେଠାରେ ପହଞ୍ଚି ପୁଅକୁ ଭବ୍ୟ ସ୍ୱାଗତ କରି ପାଛୋଟି ଆଣିଥିଲେ। ପରେ ସୁର ମନ୍ମଥଙ୍କୁ ଉତ୍ତରାଧିକାରୀ ଭାବେ ଘୋଷଣା କରିଥିଲେ। ଏହାସହ ଜଟଣୀରୁ ବିଧାୟକ ପ୍ରାର୍ଥୀ ମନ୍ମଥ ରାଉତରାୟ ହେବେ ବୋଲି ସେ ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଥିଲେ।

BjD