Advertisment

ବିଜେଡିର ବହୁ ନେତା ଓ କର୍ମୀ ବିଜେପିରେ ଯୋଗଦେଲେ

ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲସିଂ ତୋମାର ନୂତନ ସଦସ୍ୟଙ୍କୁ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଥିଲେ।

BJP

BJP

Advertisment

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିର ପୂର୍ବତନ ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଚିତରଞ୍ଜନ ଦାସ ନିଜ ଶତାଧିକ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀ ଦାସଙ୍କ ସହ ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଦୀପକ କୁମାର ସାମନ୍ତରାୟ, ରଙ୍ଗମାଠିଆର ବସନ୍ତ ପରିଡା, ନିହାଲ ଜେନା, ସମ୍ବିତ ପାତ୍ର, ଦେବାଶିଷ ସାମଲ, ରାଜକିଶୋର ସ୍ୱାଇଁ, ରାହସ ବେହେରା, ବିଶ୍ୱଜିତ୍ ସ୍ୱାଇଁ, ଜ୍ୟୋତିରଞ୍ଜନ ନାୟକ, ଗୁଡୁ ମହାନ୍ତି, ସ୍ୱରୂପ ପ୍ରଧାନ, ସୁରେଶ ସାହୁ ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି।

Advertisment

ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲସିଂ ତୋମାର ନୂତନ ସଦସ୍ୟଙ୍କୁ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ଉତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Bjp BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe