Advertisment

ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

author-image
Tapaswini Nayak
ଅଦ୍ୟତନ ହୋଇଛି
maheswar-mohanty

maheswar-mohanty

ପୂର୍ବତନ ବାଚସ୍ପତି ତଥା ୫ଥରର ବିଧାୟକ ମହେଶ୍ୱର ମହାନ୍ତିଙ୍କର ଆଜି ଭୋରରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ଶ୍ରୀ ମହାନ୍ତିଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ କରିଛନ୍ତି।

Advertisment

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଶ୍ରୀ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀ ମହାନ୍ତିଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ କ୍ଷତି। ମହେଶ୍ୱର ମହାନ୍ତି ଜଣେ ଲୋକ ପ୍ରିୟ ଜନନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ। ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି।

Advertisment

ସେହିପରି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଶ୍ରୀଯୁକ୍ତ ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଶୋକବାର୍ତ୍ତାରେ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକପ୍ରକାଶ କରିଛନ୍ତି। ସେ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ମହେଶ୍ୱରଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି। ଅମର ଆତ୍ମାର ସଦଗତି ପାଇଁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

 ସେହିପରି  ମହେଶ୍ୱର ମହାନ୍ତିଙ୍କ ପରଲୋକରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ବରିଷ୍ଠ ନେତା ପ୍ରସାଦ ହରିଚନ୍ଦନ ବରିଷ୍ଠ ବିଜେଡି ନେତା ସମୀର ଦାଶ, ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଓ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଶୋକ ପ୍ରକାଶ କରିଛନ୍ତି।

Puri Maheswar Mohanty