ବାହାର ଲୋକଙ୍କୁ ମନ୍ତ୍ରୀଙ୍କ ପରାମର୍ଶ; ୨୩ ପୂର୍ବରୁ ପୁରୀ ଛାଡ଼

ସମ୍ଭାବ୍ୟ ବାତ୍ୟା ମୁକାବିଲା ସମ୍ପର୍କରେ ସୂଚନା ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସବୁପ୍ରକାରର ପଦକ୍ଷେପ ନେଉଛନ୍ତି ।

Suresh Pujari PhotoOR

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

Manoranjan Sial
  • Published: Monday, 21 October 2024
  • Updated: 21 October 2024, 07:34 PM IST

Sports

Latest News

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ ପୁରୀ ନଯିବେ ସେଥିପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି । ଆଉ ଯେଉଁମାନେ ପୁରୀର ବାସିନ୍ଦା ନୁହଁନ୍ତି ଓ ରହିବାର ଆବଶ୍ୟକତା ଥିବ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର କହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ସମ୍ପର୍କରେ ସୂଚନା ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସବୁପ୍ରକାରର ପଦକ୍ଷେପ ନେଉଛନ୍ତି । ବାତ୍ୟାର ଗତିପଥ ଏପର୍ଯ୍ୟନ୍ତ ସ୍ପଷ୍ଟ ନଥିଲେ ମଧ୍ୟ ପୁରୀ ସହରରୁ ଆସନ୍ତାକାଲିଠୁ ପର୍ଯ୍ୟଟକମାନଙ୍କୁ ନିଜ ନିଜ ଘରକୁ ଫେରିବାକୁ ପରାମର୍ଶ ଦିଆଯାଇଛି । ତା’ସହିତ ବାତ୍ୟା ଆଶଙ୍କା ଦୂର ନହେବା ପର୍ଯ୍ୟନ୍ତ ପୁରୀକୁ ଯେଭଳି ପର୍ଯ୍ୟଟକମାନେ ନଯିବେ ସେଥିପାଇଁ ଜିଲ୍ଲାପାଳମାନେ ପଦକ୍ଷେପ ନେବାକୁ କୁହାଯାଇଛି । ଯେଉଁମାନେ ପୁରୀରେ ରହିବେ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ହେବାକୁ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ।

Also Read

ସେହିପରି ପୁରୀରେ ଥିବା ହବିଷ୍ୟାଳିଙ୍କ ସୁରକ୍ଷା ପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବେ ବୋଲି ସେ କହିଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଜିଠୁ ଓଡ୍ରାଫ ଟିମକୁ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାକୁ ପଠାଇ ଦିଆଯାଇଛି । ସେମାନେ ଜିଲ୍ଲା ମୁଖ୍ୟାଳୟ ଓ ପ୍ରମୁଖ ସ୍ଥାନମାନଙ୍କରେ  ଆଲର୍ଟ ରହିବେ । ସେହିପରି ଓଡ଼ିଶାରେ ଥିବା ଏନଡିଆରଏଫ ଟିମକୁ ମଧ୍ୟ ଆସନ୍ତାକାଲିଠୁ ବିଭିନ୍ନ ସମ୍ବେଦନଶୀଳ ସ୍ଥାନକୁ ପଠାଯିବ । ବାତ୍ୟା ସ୍ଥିତିର ମୁକାବିଲା ପାଇଁ ଅଧିକ ଏନଡିଆରଏଫ୍ ଟିମ୍ ଓ ହେଲିକପ୍ଟର ଯୋଗାଇ ଦେବାକୁ କେନ୍ଦ୍ର ସରକାର ସମ୍ମତି ଦେଇଛନ୍ତି । ୨୩ତାରିଖ ସୁଦ୍ଧା ଓଡ଼ିଶାକୁ ଏହା ମିଳିବ ବୋଲି ଶ୍ରୀ ପୂଜାରୀ କହିଛନ୍ତି ।

ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଯେଉଁ ଜିଲ୍ଲାପାଳମାନଙ୍କର ଅଭିଜ୍ଞତା ରହିଛି ସେମାନଙ୍କୁ ନିଜ ନିଜର ପୂର୍ବ ସ୍ଥାନକୁ ଯାଇ କାର୍ଯ୍ୟ କରିବାକୁ ମଧ୍ୟ ସରକାର ପରାମର୍ଶ ଦେଇଛନ୍ତି । ବାତ୍ୟା ସ୍ଥିତିରେ ସୁଧାର ନଆସିବା ପର୍ଯ୍ୟନ୍ତ ଜିଲ୍ଲାପାଳମାନେ ୨୪ଘଣ୍ଟିଆ କଂଟ୍ରୋଲରୁମ୍ ଖୋଲି ପରିସ୍ଥିତି ଉପରେ ନଜର ରଖିବେ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାରେ ସରକାରୀ ଛୁଟି ଆଦିର ନିଷ୍ପତ୍ତି ଜିଲ୍ଲାପାଳମାନେ ନେଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story