Advertisment

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ମିଳିବ ବଡ଼ ଉପହାର, ଭେଟି ଦେବେ ମୋଦି

ପିଏମ୍ ଜନମନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ।

author-image
Niharika Rout
PM Modi

PM Modi

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ୍ ଜନମନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ।

Advertisment

ଦେବଗଡ଼, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ନିର୍ମାଣ ହେବ ରାସ୍ତା। ଏହା ସହିତ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ।

ଆସନ୍ତାକାଲି ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ। ଜନଜାତି ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ କାର୍ଯ୍ୟକ୍ରମର ଲଞ୍ଚ କରିବେ।

Advertisment

ସମସ୍ତ ରାଜ୍ୟର ୫୪୯ ଜିଲ୍ଲା ଓ ୨୭୪୦ ବ୍ଲକରେ ବସବାସ କରୁଥିବା ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବ ଏହି ଯୋଜନା। ଜନଜାତି ବର୍ଗଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଓ ସାମାଜିକ ସଶକ୍ତିକରଣ, ଉନ୍ନତ ଜୀବନ ଶୈଳୀ ଦିଗରେ ନୁଆ ସୂର୍ଯ୍ୟୋଦୟ ଆଣିବା ଏହି ଯୋଜନାର ଲକ୍ଷ୍ୟ। ଏଥିପାଇଁ କେନ୍ଦ୍ର ସରକାରଙ୍କ ୨୫ଟି ମନ୍ତ୍ରଣାଳୟ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି।

PM Modi