Advertisment

ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ଦିଲ୍ଲୀ ଯିବେ ମୋହନ ମାଝୀ, ସାଙ୍ଗରେ ଯିବେ ଦୁଇ ଉପମୁଖ୍ୟମନ୍ତ୍ରୀ

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।

ଅଦ୍ୟତନ ହୋଇଛି
undefined

Mohan Majhi

Advertisment

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ ।

Advertisment

ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

ଓଡ଼ିଶାକୁ ନମ୍ବର ରାଜ୍ୟରେ ପରିଣତ କରିବାକୁ ବିଜେପି ନିଜ ନିର୍ବାଚନୀ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲା। ଦେଶ ତଥା ରାଜ୍ୟରେ ଏବେ ବିଜେପିର ଡବଲ ଇଞ୍ଜିନ ସରକାର। ତେଣୁ ଓଡ଼ିଶାବାସୀଙ୍କ ଦିଆଯାଇଥିବା ପ୍ରତିଶ୍ରୁତି କିପରି ପାଳନ କରାଯିବ ତାହା ଉପରେ ବିସ୍ତୃତ ଭାବେ ଦଳର ଶୀର୍ଷ ନେତୃବୃନ୍ଦ ଆଲୋଚନା କରିବେ ବୋଲି ଜଣାଯାଇଛି।

Advertisment

ଏଥିହ ରାଜ୍ୟ ପାଇଁ ଆଗାମୀ ଶହେ ଦିନର ରୋଡ ମ୍ୟାପ୍‌ ମଧ୍ୟ ପ୍ରସ୍ତୁତ କରାଯିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଏନେଇ ମୋହନ ମାଝୀ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ତେବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆନୁଷ୍ଠାନିକ ଭାବେ କୌଣସି ସୂଚନା ଦିଆଯାଇନି। 

Mohan Majhi Prabhati Parida Kanak Vardhan Singh Deo Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe