Advertisment

ଆରମ୍ଭ ହେଲା ମୋହନ ମାଝୀ ଯୁଗ...

ଓଡ଼ିଶା ଇତିହାସରେ ପ୍ରଥମର ପାଇଁ ଜନତା ମୈଦାନରେ ଆୟୋଜିତ ହୋଇଛି ଶପଥ ଗ୍ରହଣ ଉତ୍ସବ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ପରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି।

ଅଦ୍ୟତନ ହୋଇଛି
BJP

BJP

Advertisment

୨୪ ବର୍ଷର ନବୀନ ପଟ୍ଟନାୟକ ଯୁଗ ଶେଷ ହେଲା। ଆରମ୍ଭ ହେଲା ମୋହନ ମାଝୀ ଯୁଗ। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମନ୍ତ୍ରିମଣ୍ଡଳରେ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି।

ସେହିପରି ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। 

Advertisment

ଶପଥଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି। 

Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe