Advertisment

ଓଡ଼ିଶା ଆସିବେ ୫୦ରୁ ଅଧିକ ଦେଶର ପ୍ରବାସୀ ଭାରତୀୟ, ରାଜ୍ୟବ୍ୟାପୀ ବିଜେପିର ବଡ଼ ଆୟୋଜନ

କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ସହଯୋଗରେ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେଉଛି ।

ଅଦ୍ୟତନ ହୋଇଛି
BBSR

BBSR

Advertisment

ଆସନ୍ତା ୮ତାରିଖରୁ ଆରମ୍ଭ ହେଉଥିବା ୩ଦିନିଆ ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ପ୍ରସ୍ତୁତି ଶେଷପର୍ଯ୍ୟାୟରେ ପହଂଚିଛି । ଏହି ସମାରୋହରେ ପ୍ରାୟ ୫୦ରୁ ଅଧିକ ଦେଶରେ ଥିବା ପ୍ରବାସୀ ଭାରତୀୟ ଯୋଗ ଦେବେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଜୋରଦାର ପ୍ରୟାସ ଜାରି ରଖିଥିବାବେଳେ ରାଜ୍ୟ ବିଜେପି ପକ୍ଷରୁ ମଧ୍ୟ ବଡ଼ ଆୟୋଜନ ହୋଇଛି । କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ଏହି କାର୍ଯ୍ୟକ୍ରମ ପାଇଁ ଆଜିଠୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଂଚିଛନ୍ତି ।

Advertisment

ଏହି ପ୍ରବାସୀ ଭାରତୀୟ ଦିବସ ସମାରୋହକୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ତାରିଖରେ ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ମୋଦି ୮ ତାରିଖରେ ସନ୍ଧ୍ୟାରେ ଓଡ଼ିଶାରେ ପହଂଚିବେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ସହଯୋଗରେ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେଉଛି । ଏଥର ସମାରୋହରେ ‘ଏକ ବିକଶିତ ଭାରତ ଲାଗି ପ୍ରବାସୀଙ୍କ ଅବଦାନ’ ଶୀର୍ଷକ ବିଷୟବସ୍ତୁ ରହିଛି । ଏହି ସମାରୋହରେ ୫୦ରୁ ଅଧିକ ଦେଶର ବହୁ ସଂଖ୍ୟକ ପ୍ରବାସୀ ଭାରତୀୟ ଯୋଗ ଦେବାକୁ ପଞ୍ଜିକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏହି ଅବସରରେ ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ପତାକା ହଲାଇ ଉଦଘାଟନୀ ଯାତ୍ରାର ଶୁଭାରମ୍ଭ କରିବେ । ପ୍ରବାସୀ ଭାରତୀୟମାନଙ୍କ ପାଇଁ ଉଦ୍ଦିଷ୍ଟ ଏହି ସ୍ୱତନ୍ତ୍ର ଟ୍ରେନଟି ଦିଲ୍ଲୀର ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ କରି ୩ ସପ୍ତାହ ପର୍ଯ୍ୟନ୍ତ ଦେଶର ବିଭିନ୍ନ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀକୁ ଯାତ୍ରା କରିବ । ପ୍ରବାସୀ ତୀର୍ଥ ଦର୍ଶନ ଯୋଜନାରେ ଏହି ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ ଯାତ୍ରା ଆୟୋଜନ ହୋଇଛି ।

ଏହି ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ପ୍ରବାସୀ ଭାରତୀୟ ଦିବସ ସମାରୋହ ଆୟୋଜନ ଓଡ଼ିଶା ପାଇଁ ଏକ ଗର୍ବର ବିଷୟ । ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦି  ଆଣି ଦେଇଥିବା ଏହି ଅପାର ସମ୍ଭାବାନକୁ ବାସ୍ତବ ରୂପ ଦେବାର ସୁଯୋଗ ଆମସମସ୍ତଙ୍କ ପାଖରେ ରହିଛି । ଏଥିପାଇଁ ଓଡ଼ିଶାବାସୀଙ୍କୁ ମିଳିତ ଭାବେ ପ୍ରୟାସ କରିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି । ଏହି ୩ଦିନରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶବିଦେଶର ଅନେକ ମାନ୍ୟଗଣ୍ୟ ଅତିଥି ଆସିବେ । ଅତିଥିମାନଙ୍କ ସ୍ୱାଗତ ଓ ସମ୍ବର୍ଦ୍ଧନା ପାଇଁ ବିଜେପି କର୍ମକର୍ତ୍ତା ପ୍ରସ୍ତୁତ ଅଛନ୍ତି । ରାଜଧାନୀ ସମେତ ଅନ୍ୟାନ୍ୟ ପର୍ଯ୍ୟଟନସ୍ଥଳୀକୁ ପରିଷ୍କାର କରାଯାଉଛି । ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ବିଶେଷକରି ଡାକ୍ତରଖାନା, ରେଳ ଷ୍ଟେସନ, ବସଷ୍ଟାଣ୍ଡ,କୋର୍ଟ ପରିସର ଓ ସାଧାରଣ ସ୍ଥାନଗୁଡ଼ିକରେ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହାର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମାରେ ପଦଯାତ୍ରା ଅନୁଷ୍ଠିତ ହେବ । ଏହି ୩ଦିନ ଧରି ଭୁବନେଶ୍ୱରରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏ ସମସ୍ତ ସ୍ଥାନକୁ ପରିଦର୍ଶନ ପାଇଁ ଆସୁଥିବା ଅତିଥିମାନଙ୍କୁ ବିଜେପି କର୍ମକର୍ତ୍ତାମାନେ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇବେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଦଳ ପକ୍ଷରୁ ବରିଷ୍ଠ ନେତାମାନଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

Advertisment

ଏହି ସମାରୋହକୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ୮ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିବେ । ତାଙ୍କୁ ବିମାନବନ୍ଦରରେ ଦଳ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯିବ ବୋଲି ଶ୍ରୀ ସାମଲ କହିଛନ୍ତି ।

Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe