Advertisment

ମଧ୍ୟପ୍ରଦେଶରେ ଏବେ ମୋହନ ରାଜ୍‌

ମଧ୍ୟପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ।

author-image
Manoj Swain

ମଧ୍ୟପ୍ରଦେଶରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହ ନିମନ୍ତେ ଭୋପାଳରେ ଭବ୍ୟ ଆୟୋଜନ କରାଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଧ୍ୟ ଉପସ୍ଥିତ ଅଛନ୍ତି।

Advertisment
Bjp Madhya Pradesh Mohan Yadav