ସୁସ୍ଥ ହୋଇ ଓଡ଼ିଶା ଫେରିଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ। ଆଜି ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି କହିଛନ୍ତି ପ୍ରତାପ ଷଡଙ୍ଗୀ। ସେ ସାମ୍ୱାଦିକଙ୍କୁ ପ୍ରଶ୍ନ କରିଛନ୍ତି, କୌଣସି ସାଂସଦ ଏଭଳି ଅଶୋଭନୀୟ ଆଚରଣ କରନ୍ତି କି?
ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଯେଉଁମାନେ ଏଭଳି କରୁଛନ୍ତି, ସେମାନଙ୍କୁ ନିର୍ବାଚନୀ ରାଜନୀତିରେ ସଠିକ୍ ଜବାବ ଦିଆଯାଉ। ବିରୋଧୀ ଦଳ ନେତାଙ୍କର ଗରିମାମୟ ପଦରେ ରାହୁଲ ଗାନ୍ଧୀଙ୍କ ଭଳି ନେତା ବସିବା ଦେଶର ଦୁର୍ଭାଗ୍ୟ ବୋଲି କହିଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ। କିଏ ମିଛ କହିଛି, କିଏ ସତ କହୁଛି, ସିସି ଟିଭି କହିବ।
Also Read
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏତିକି ବେଳେ ଠେଲା ପେଲା ହୋଇଥିଲା। ରାହୁଲ ଗାନ୍ଧୀ ଠେଲି ଦେବାରୁ ସଂସଦର ମକର ଦ୍ୱାରର ଶିଢ଼ି ଉପରରୁ ତଳକୁ ପଡ଼ି ଯାଇଥିଲେ ପ୍ରତାପ ଷଡଙ୍ଗୀ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ନୋଏଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ମଞ୍ଚରେ ବସିଥିବା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ କଡା କାଉଣ୍ଟର କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି କହିବା ଠିକ୍ ହେଲାନାହିଁ। ଏଥିପାଇଁ ଦାୟୀ କିଏ ? ତାହାର ଉତ୍ତର ବି ଆସିବା କଥା।
Politics
ଆଇଏଏସ୍ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ
ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି।
Politics
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ, ଶ୍ରୀଜିଉଙ୍କୁ ଦର୍ଶନ କରିବେ
ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।
Politics
ତଥାଗତଙ୍କ ଲେଖାକୁ ନେଇ ଚର୍ଚ୍ଚା; ନବୀନଙ୍କୁ ଘାଇଲା କଲେ
ସେ ଆହୁରି ଲେଖିଛନ୍ତି, ସାଧାରଣତଃ ପ୍ରଶାସନିକ ବ୍ୟବସ୍ଥାରେ ଜଣେ ଆଇଏଏସ୍ ଅଧିକାରୀ ସରକାରୀ ଚାକିରିରୁ ଅବସର ନେବା ପରେ ନିଜ ଜନ୍ମସ୍ଥାନକୁ ଫେରିବାର ଲକ୍ଷ୍ୟ କରାଯାଏ। କିନ୍ତୁ ପାଣ୍ଡିଆନ୍ଙ୍କୁ ଦଳର ମଙ୍ଗ ଧରାଇ ନବୀନ ନିଜେ ଓଡ଼ିଆ ଲୋକଙ୍କୁ ତାଚ୍ଛଲ୍ୟ କରିଥିଲେ।
Politics
କାଲି ଓଡ଼ିଶାରେ ପହଞ୍ଚିବେ ନୂତନ ରାଜ୍ୟପାଳ, ୩ରେ ଶପଥ ସମାରୋହ
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭାମପତି । ସେ ଆସନ୍ତା କାଲି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିବା ବେଳେ ୩ ତାରିଖରେ ଶପଥ ଗ୍ରହଣ ସମାରୋହର କାର୍ଯ୍ୟକ୍ରମ ରହିଛି।