Advertisment

ଆସନ୍ତାକାଲି ଦିଲ୍ଲୀ ଯିବେ ନବୀନ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ତାରିଖରେ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ରାଜନୀତିକ ମହଲରେ ଗୁରୁତ୍ୱ ଦିଆଯାଉଛି ।

naveen patnaik

naveen patnaik

Advertisment

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ସହ ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଚନ୍ଦ୍ରଶେଖର ପତି ଓ ଭିକେ ପାଣ୍ଡିଆନ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

Advertisment

ନବୀନ ନିବାସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ତାରିଖରେ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତକୁ ରାଜନୀତିକ ମହଲରେ ଗୁରୁତ୍ୱ ଦିଆଯାଉଛି ।

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ କରିବ ସେନେଇ କୌଣସି ନିଷ୍ପତ୍ତି ଏପର୍ଯ୍ୟନ୍ତ ସାର୍ବଜନୀନ କରିନାହିଁ । ଦଳର ଆଭିମୁଖ୍ୟ ସମ୍ପର୍କରେ ନବୀନ ଦିଲ୍ଲୀରେ ଘୋଷଣା କରିବାର ସମ୍ଭାବନା ରହିଛି ।

Advertisment

ଉଲ୍ଲେଖଯୋଗ୍ୟ, ଗତମାସରେ ଅସୁସ୍ଥ ହୋଇ ନବୀନ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ସୁସ୍ଥ ହୋଇ ଦିଲ୍ଲୀ ଆସିଲେ ତାଙ୍କୁ ଭେଟିବାକୁ ଅନୁରୋଧ କରିଥିଲେ ।

ନବୀନ ସମ୍ଭବତଃ ଏହି ଗସ୍ତ ସମୟରେ ତାଙ୍କୁ ଭେଟିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପାଣ୍ଡିଆନ ଚଳିତ ସପ୍ତାହରେ ଦିଲ୍ଲୀ ଗସ୍ତରେ ଯାଇ ନବୀନଙ୍କ ଦିଲ୍ଲୀ ରହଣୀ ନିମନ୍ତେ ଆବଶ୍ୟକ ବନ୍ଦୋବସ୍ତ କରି ଫେରିଥିବା ଜଣାପଡ଼ିଛି । ନବୀନ ଶେଷଥର ପାଇଁ ଗତ ମାର୍ଚ୍ଚ ମାସରେ ଦିଲ୍ଲୀ ଗସ୍ତରେ ଯାଇଥିଲେ ।

Odisha BjD Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe