Advertisment

ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି

କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି।

Nayab Singh Saini

Nayab Singh Saini

Advertisment

ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି।

Advertisment

ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଭାବେ ଅନିଲ ବିଜ୍ ମଧ୍ୟ ଶପଥ ନେଇଛନ୍ତି।

ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ ଉତ୍ସବର ଭବ୍ୟ ଆୟୋଜନ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ଏନଡିଏ ମେଣ୍ଟର ସଦସ୍ୟ ଦଳ ମୁଖିଆମାନେ ମଧ୍ୟ ଯୋଗ ଦେଇଛନ୍ତି। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ସୈନିଙ୍କ ଶପଥ ଉତ୍ସବରେ ଯୋଗ ଦେଇଛନ୍ତି।  

Advertisment

ଅକ୍ଟୋବର ୫ରେ ହରିୟାଣା ନିର୍ବାଚନ ପରେ ୮ରେ ଭୋଟ୍ ଗଣତି ହୋଇଥିଲା। ସମସ୍ତ ଏଗଜିଟ୍ ପୋଲର ଆକଳନକୁ ଭୁଲ୍ ପ୍ରମାଣିତ କରି ବିଜେପି ଲଗାତାର ତୃତୀୟ ଥର ପାଇଁ ଐତିହାସିକ ବିଜୟ ହାସଲ କରିଥିଲା। ରାଜ୍ୟର ମୋଟ ୯୦ ଆସନରୁ ବିଜେପିକୁ ୪୮ଟି ଆସନ ମିଳି ଥିବାବେଳେ କଂଗ୍ରେସ ମାତ୍ର ୧୧ରେ ସୀମିତ ରହିଥିଲା।

ଫଳରେ ବହୁମତ ସହ ଦଳ ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ସୈନି କୁରୁକ୍ଷେତ୍ର ଜିଲ୍ଲାର ଲଦୱା ଆସନରୁ ବିଜୟୀ ହୋଇଛନ୍ତି।

ସେପଟେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବ ପରେ NDAର ସଦସ୍ୟ ଦଳକୁ ନେଇ ଜରୁରୀ ବୈଠକ କରିବ ବିଜେପି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହରିୟାଣାରେ ହିଁ ଏହି ବୈଠକ ବସିବ। ଏଥିରେ ଦଳର ବରିଷ୍ଠ ନେତା, ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ NDA ସଦସ୍ୟ ଦଳର ମୁଖିଆମାନେ ସାମିଲ ରହିବେ। 

PM Modi Haryana CM Nayab Singh Saini Haryana Swearing
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe