Advertisment

ବୁଧବାର ଅପରାହ୍ନ ୪ଟା ୪୫ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ।

ଅଦ୍ୟତନ ହୋଇଛି
Stage

Stage

Advertisment

ବୁଧବାର ଅପରାହ୍ନ ୪ଟା ୪୫ରେ ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ। ପୂର୍ବରୁ ଜୁନ୍ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଗତକାଲି ଏହାକୁ ଜୁନ୍‌ ୧୨ ତାରିଖକୁ ଅର୍ଥାତ୍ ବୁଧବାରକୁ ଘୁଞ୍ଚାଇ ଦିଆଯାଇଥିଲା। 

Advertisment

ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ପ୍ରଧାନମନ୍ତ୍ରୀ ସେଦିନ ଅପରାହ୍ନ ୨ଟା ୧୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧା ରାଜଭବନ ଯିବେ। ପରେ ରାଜଭବନରୁ ଜନତା ମଇଦାନକୁ ଯିବେ। ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମଇଦାନରେ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ।

ଶପଥ ଗ୍ରହଣ ଉତ୍ସବ ପାଇଁ ଦିନ ଓ ସମୟ ଧାର୍ଯ୍ୟ ହୋଇସାରିଥିଲେ ହେଁ ଏଯାଏଁ ମୁଖ୍ୟମନ୍ତ୍ରୀ କିଏ ହେବେ, ସେ ନେଇ ବିଜେପି ପକ୍ଷରୁ କୌଣସି ଘୋଷଣା କରାଯାଇନାହିଁ। ତେବେ ଇତିମଧ୍ୟରେ ବିଜେପି ସଂସଦୀୟ ବୋର୍ଡ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଓ ବରିଷ୍ଠ ନେତା ଭୁପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ସେମାନେ ଆସନ୍ତାକାଲି ଓଡ଼ିଶା ଆସିବେ ଓ ବିଜେପି ବିଧାୟକ ଦଳ ବୈଠକରେ ଯୋଗ ଦେବେ। ସେଠାରେ ସର୍ବସମ୍ମତିକ୍ରମେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ। 

Advertisment
Bjp CM Oath Ceremony
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe