Advertisment

ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ ।

ଅଦ୍ୟତନ ହୋଇଛି
Oath Taking Ceremony

Oath Taking Ceremony

Advertisment

ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଏଥିନିମନ୍ତେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା।

Advertisment

ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। 

ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ ହରିବାବୁ କମ୍ଭମ୍‌ପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚି ସେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ ହରିବାବୁ ଓ ତାଙ୍କ ପରିବାର।

Advertisment

ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ସେ ଭୁବନେଶ୍ୱର ଫେରିଥିଲେ। ଏହାପରେ ରାଜଭବନରେ ଶପଥ ନେଇଛନ୍ତି ହରି ବାବୁ । ଏହି ଅବସରରେ ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ସେ ପ୍ରାର୍ଥନା କହିଛନ୍ତି ।

Bhubaneswar Odisha Governor
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe