Advertisment

ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଆଜି ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି ।

New Governer

New Governer

Advertisment

ଆଜି ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି ।

Advertisment

ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ।

ଭୁବନେଶ୍ୱରରେ ସେ ପହଞ୍ଚିବା ପରେ ପୁରୀ ଯାଇଥିଲେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ ଡକ୍ଟର ହରିବାବୁ ଓ ତାଙ୍କ ପରିବାର। ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ନୂଆ ରାଜ୍ୟପାଳ। ଗତକାଲି ପୁରୀ ରାଜଭବନରେ ରାତ୍ରିଯାପନ ପରେ ଆଜି ଭୁବନେଶ୍ୱର ଫେରି ରାଜଭବନରେ ଶପଥ ଗ୍ରହଣ କରିବେ ।

Advertisment

ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।

Odisha Governor
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe